18.1 C
Bhubaneswar
Monday, February 9, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ (ସ୍କିମାଟିକ) ମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି। ମନ୍ତ୍ରୀ ଶ୍ରୀ ଗଣ୍ଡ ସାମାଜିକ ଗଣମାଧ୍ୟମ ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହିତ ଏହି ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ କରିବ ବୋଲି କହିଛନ୍ତି। ସୂଚନା ଥାଉକି, ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଏହା ଜଣାଇଦିଆ ଯାଇଛିଯେ ସ୍କିମାଟିକ୍ କନିଷ୍ଠ ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ ୧୧,୦୦୦ ଟଙ୍କା ରୁ ୧୬,୦୦୦ ଟଙ୍କା ବୃଦ୍ଧି କରା ଯାଇଛି। ସମଗ୍ର ଶିକ୍ଷା କାର୍ଯ୍ୟକ୍ରମରେ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍ତରରେ ନିୟୋଜିତ ସ୍କିମାଟିକ୍ କନିଷ୍ଠ ଶିକ୍ଷକମାନଙ୍କୁ ମାସିକ ୧୧,୧୦୦ ଟଙ୍କା ପାରିଶ୍ରମିକ ଦିଆଯାଉଥିଲା । ଗତ ୨୦୨୫ ଜାନୁଆରୀ ୧୬ ତାରିଖରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ବର୍ଗର ଶିକ୍ଷକ ମାନଙ୍କର ମାସିକ ପାରିଶ୍ରମିକକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଥିଲେ। ଏହାଦ୍ୱାରା ପ୍ରାଥମିକ ଶିକ୍ଷାରେ ଗୁଣାତ୍ମକ ଉନ୍ନତି ଆସିବା। ସହିତ ରାଜ୍ୟରେ ଏହି ବର୍ଗରେ ଥିବା ୧୩, ୭୪୦ ଶିକ୍ଷକ ଉପକୃତ ହେବେ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking