17.1 C
Bhubaneswar
Saturday, January 11, 2025
Homeବ୍ରେକୀଙ୍ଗଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ କରୋନା

ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କୁ କରୋନା

ଭୁବନେଶ୍ୱର : ସାରା ରାଜ୍ୟରେ ହୁ ହୁ ହୋଇ କରୋନା ମହାମାରୀ ମାଡିଚାଲିଛି । ମନ୍ତ୍ରୀଠାରୁ ଆରମ୍ଭ କରି ବିଧାୟକ ପର୍ଯ୍ୟନ୍ତ ସମସ୍ତେ ଏହାର ଶିକାର ହେବାରେ ଲାଗିଛନ୍ତି । ଏହାରି ମଧ୍ୟରେ ଖାଦ୍ୟ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କରୋନାରେ ସଂକ୍ରମିତ ହୋଇଛନ୍ତି । କୌଣସି ଲକ୍ଷଣ ନଥାଇ ବି ମନ୍ତ୍ରୀ କରୋନା ପଜିଟିଭ୍ ହୋଇଛନ୍ତି । ଡାକ୍ତରଙ୍କ ପରାମର୍ଶରେ ଏବେ ମନ୍ତ୍ରୀ ହୋମ୍ ଆଇସୋଲେସନରେ ଅଛନ୍ତି । ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ ପାଇଁ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କହିଛନ୍ତି ।

ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୯୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୩୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୬୩୭ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧୧୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୩୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୪୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking