33.1 C
Bhubaneswar
Wednesday, March 25, 2026
Homeଓଡିଶାସୁନ୍ଦରପଦା ଠାରୁ ଜଟଣୀ ରାସ୍ତାର ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ

ସୁନ୍ଦରପଦା ଠାରୁ ଜଟଣୀ ରାସ୍ତାର ସ୍ଥିତି ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ବର: ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ମାର୍ଗଦର୍ଶନ ଓ ଲୋକଙ୍କ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିରନ୍ତର ଉଦ୍ୟମ ଫଳରେ ଓଡ଼ିଶା ଆଜି ଦ୍ରୁତ ପ୍ରଗତି ପଥରେ ଆଗକୁ ଅଗ୍ରସର ହେଉଛି । ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ନେଇ ରାଜ୍ୟ ସରକାର ଲକ୍ଷ୍ୟ ରଖିଥିବା ବେଳେ ଉନ୍ନତ ଭିତ୍ତିଭୂମି ଓ ସୁଦୃଢ ଯୋଗାଯୋଗ ବ୍ୟବସ୍ଥା ନିତ୍ୟାନ୍ତ ଆବଶ୍ୟକ । ଏହାକୁ ଦୃଷ୍ଟିରେ ରଖି ଆଜି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ସୁନ୍ଦରପଦା ଠାରୁ ଜଟଣୀ ପର୍ଯ୍ୟନ୍ତ ନିର୍ମାଣଧୀନ ରାସ୍ତାର ସ୍ଥିତି ଅନୁଧ୍ୟାନ କରିଥିଲେ ।

ସାଧାରଣ ଲୋକଙ୍କ ଆବଶ୍ୟକତା ଦୃଷ୍ଟିରୁ ରାସ୍ତା ନିର୍ମାଣ କାର୍ଯ୍ୟ କିପରି ଶୀଘ୍ର ଶେଷ ହୋଇପାରିବ ସେଥିନେଇ ବିଭାଗୀୟ ଅଧିକାରୀ, ମୁଖ୍ୟଯନ୍ତ୍ରୀ, ଠିକାସଂସ୍ଥା ଏବଂ ଅଞ୍ଚଳବାସୀଙ୍କ ସହ ମନ୍ତ୍ରୀ ଆଲୋଚନା କରିଥିଲେ ।ମୋଟ ୧୩.୫ କିଲୋମିଟର ଦୀର୍ଘ ଏହି ରାସ୍ତାକୁ ସମ୍ପୂର୍ଣ୍ଣ ଭାବେ ଚାରି ଲେନ କରିବା ପାଇଁ ଆବଶ୍ୟକ କାର୍ଯ୍ୟପନ୍ଥା ଗ୍ରହଣ କରିବା ପାଇଁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ସହିତ ନିର୍ମାଣଧୀନ ରାସ୍ତା ପ୍ରଶସ୍ତିକରଣ ସମୟରେ ଆସୁଥିବା ସମସ୍ୟା ଯେପରିକି ଡ୍ରେନଏଜ, ସ୍ଵରେଜ, ଇଲେକଟ୍ରିଫିକେସନ ୟୁଟିଲିଟି ଆଦିର କାର୍ଯ୍ୟ ଶୀଘ୍ର ଶେଷ କରିବା ନେଇ ଲାଇନ ଡିପାର୍ଟମେଣ୍ଟର ଅଧିକାରୀ ମାନଙ୍କ ସହିତ ମନ୍ତ୍ରୀ ଆଲୋଚନା କରିଥିଲେ । ଏଥି ସହିତ ୨୦୨୫ ନଭେମ୍ବର ଶେଷ ସୁଦ୍ଧା ପୁରା ରାସ୍ତାର ନିର୍ମାଣ ଶେଷ କରିବା ପାଇଁ ଠିକାସଂସ୍ଥା ଓ ବିଭାଗୀୟ ଅଧିକାରୀ ମାନଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦେଶ ଦେଇଥିଲେ।

ଏହି ଗସ୍ତ ସମୟରେ ଏକାମ୍ର ଭୁବନେଶ୍ବର ବିଧାୟକ ଶ୍ରୀ ବାବୁ ସିଂ, ପୂର୍ବତନ ମନ୍ତ୍ରୀ ଶ୍ରୀ ସୁରେଶ କୁମାର ରାଉତରାୟ, ମୁଖ୍ୟ ଯନ୍ତ୍ରୀ ରାସ୍ତା ୨ ଶ୍ରୀ ଧ୍ୟାନଚାନ୍ଦ ନାୟକ, ମୁଖ୍ୟ ନିର୍ମାଣ ଯନ୍ତ୍ରୀ (ଭୁବନେଶ୍ୱର) ଶ୍ରୀ ମନୋଜ ମହାନନ୍ଦ, ଅଧ୍ୟକ୍ଷଣ ଯନ୍ତ୍ରୀ ଶ୍ରୀ ସଚିନ ସାହୁଙ୍କ ସମେତ ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ଅଧିକାରୀ ଓ ଠିକା ସଂସ୍ଥାର କାର୍ଯ୍ୟନିର୍ବାହୀ ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking