ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର :ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ କରୋନା ସଂକ୍ରମଣଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ବିଧାୟକଙ୍କ ,ମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକେ କରୋନା କବଳରେ ଫସି ଯାଉଛନ୍ତି । ଏହାରି ମଧ୍ୟରେ ଆଜି ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରେନା ହୋଇଥିବା ସୂଚନା ମିଳିଛି । କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସେ ନିଜେ ଟ୍ୱିଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବା ଓ ସେ ହୋମ ଆଇସୋଲେସନରେ ଅଛନ୍ତି ବୋଲି କହିଛନ୍ତି । ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ସଙ୍ଗରୋଧରେ ରହିବା ସହ ଦରକାର ପଡ଼ିଲେ କୋଭିଡ଼ ପରୀକ୍ଷା କରିବା ପାଇଁ ଟୁକୁନି ସାହୁ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୪୩୧୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୪୫୮ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୮୦୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।ରାଜ୍ୟରେ ଆଜି ସର୍ବାଧିକ ୩୦ ଜିଲ୍ଲାରୁ ୩୯୯୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୨୩୫୯ ଓ ସ୍ଥାନୀୟ ଅଞ୍ଚଳରୁ ୧୬୩୭ ଜଣ ଚିହ୍ନଟ ହୋଇଛନ୍ତି ।ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧୧୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here