32.1 C
Bhubaneswar
Saturday, May 4, 2024
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ୬ ଜିଲ୍ଲାର ମିଶନ ଶକ୍ତି ମା’

ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇଲେ ୬ ଜିଲ୍ଲାର ମିଶନ ଶକ୍ତି ମା’

ଭୁବନେଶ୍ୱର : ଜାତୀୟ ପତାକା ତିଆରି କରିବାର ସୁଯୋଗ ପାଇ ଆମେ ଗର୍ବିତ । ମୁଖ୍ୟମନ୍ତ୍ରୀ ଆମ ଉପରେ ଭରସା କରି ଆମକୁ ଏ ମହାନ ସୁଯୋଗ ଦେଇଥିବାରୁ ଆମେ ତାଙ୍କ ନିକଟରେ କୃତଜ୍ଞ । ଆଜି ନବୀନ ନିବାସରେ ୬ଟି ଜିଲ୍ଲାର ମିଶନ ଶକ୍ତିର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଏହା କହିଛନ୍ତି । ଆଜି ସଂଧ୍ୟାରେ ନବୀନ ନିବାସଠାରେ ଗଞ୍ଜାମ, ଗଜପତି, ନୂଆପଡା, ରାୟଗଡା, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ୮୪ଟି ମିଶନ ଶକ୍ତି ଗୋଷ୍ଠୀର ମା ମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଥିଲେ । ଏହି ଅବସରରେ ଗତ ଅଗଷ୍ଟ ୧୫ ତାରିଖ ୭୫ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ମା ମାନେ ଜାତୀୟ ପତାକା ତିଆରି ଦାୟିତ୍ୱ ନେଇ ଦକ୍ଷତାର ସହ ତୁଲାଇ ଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନଙ୍କ ଉପରେ ମୋର ପୁରା ଭରସା ରହିଛି ।

ଆପଣମାନଙ୍କ ଭିତରେ ବହୁତ କିଛି କରିବାର ସାମର୍ଥ ରହିଛି । ବହୁତ କମ୍ ସମୟ ପାଇ ମଧ୍ୟ ଆପଣମାନେ ୩୦ ଲକ୍ଷ ଜାତୀୟ ପତାକା ତିଆରି କରି ରାଜ୍ୟ ପାଇଁ ଗୌରବ ଆଣିପାରିଛନ୍ତି । ଆପଣମାନଙ୍କୁ ବହୁତ ବହୁତ ଧନ୍ୟବାଦ । ମିଶନ ଶକ୍ତିର ମା ମାନେ କହିଥିଲେ ଯେ ଜାତୀୟ ପତାକା ତିଆରି କରିବାର ଆନନ୍ଦ ପାଇ ଆମେ ବହୁତ ଖୁସି । ଆମେ ଏବଂ ମଧ୍ୟାହ୍ନ ଭୋଜନ ଠାରୁ ଆରମ୍ଭ କରି ଅଙ୍ଗନବାଡୀ ପିଲାଙ୍କ ଡ୍ରେସ୍ ସିଲେଇ କରିବା, ଇଲ୍କ୍ଟ୍ରି ବିଲ୍ ଆଦାୟ କରିବା ଆଦି କାମ ବହୁତ ଭଲ ଭାବରେ କରିପାରୁଛୁ । ନୂଆପଡାରେ ଆମେ ଡ୍ରାଇଭିଂ ଶିକ୍ଷା ମଧ୍ୟ ନେଉଛୁ । ଆମେ ବି ପାରିବୁ, ଏ ବିଶ୍ୱାସ ଆମର ବଢିଛି । ଆମେ ସମସ୍ତେ ଏବେ କିଛି ନା କିଛି ଉପଯୋଗୀ କାର୍ଯ୍ୟରେ ନିୟୋଜିତ ହୋଇପାରିଛୁ ବୋଲି ସେମାନେ କହିଥିଲେ । ସୂଚନାଯୋଗ୍ୟ ଯେ ଚଳିତ ବର୍ଷ ସ୍ୱାଧୀନତାର ୭୫ତମ ପୂର୍ତ୍ତି ଅବସରରେ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ୩୦ ଲକ୍ଷ ଜାତୀୟ ପତାକା ପ୍ରସ୍ତୁତି ଓ ବଣ୍ଟନ ଦାୟିତ୍ୱ ଦେଇଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking