30.1 C
Bhubaneswar
Wednesday, April 24, 2024
Homeଓଡିଶାମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀଙ୍କୁ କରୋନା

ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀଙ୍କୁ କରୋନା

ଭୁବନେଶ୍ୱର : ସାରା ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢିବାରେ ଲାଗିଛି । ବିଧାୟକଙ୍କଠାରୁ ଆରମ୍ଭ କରି ମନ୍ତ୍ରୀମାନେ ମଧ୍ୟ ଧିରେ ଧିରେ ଏହାର କବଜାକୁ ଆସିବାରେ ଲାଗିଛନ୍ତି । ମହାକାଳପଡା ବିଧାୟକ ଅତନୁ ସବ୍ୟସାଚୀ ନାୟକ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ସେ ନିଜେ ସୂଚନା ଦେଇ କହିଛନ୍ତି ଯେ, ବିଧାନସଭା ପକ୍ଷରୁ ହୋଇଥିବା କୋଭିଡ଼ ପରୀକ୍ଷାରେ ତାଙ୍କର ରିପୋର୍ଟ ପଜିଟିଭ ଆସିଛି । କୈ।ଣସି ଲକ୍ଷଣ କି ସମସ୍ୟା ନାହି । ଡାକ୍ତରଙ୍କ ପରାମର୍ଶ କ୍ରମେ ଏବେ ଚିକିତ୍ସିତ ହେଉଛି । ପ୍ରଭୁ ବଳଦେବଜୀଙ୍କ କୃପାରୁ ମୁ ଭଲ ଅଛି ବୋଲି ସେ କହିଛନ୍ତି ।
ସୂଚନାଯୋଗ୍ୟ , ରାଜ୍ୟରେ କରୋନା ମାଡିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୧୪୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୨୫ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୪୪,୧୪୨ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬୨ ଓ କଟକରୁ ୨୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking