28.9 C
Bhubaneswar
Wednesday, April 17, 2024
Homeବ୍ରେକୀଙ୍ଗବିଧାୟକ ବ୍ରଜ ପ୍ରଧାନଙ୍କୁ କରୋନା

ବିଧାୟକ ବ୍ରଜ ପ୍ରଧାନଙ୍କୁ କରୋନା

ତାଳଚେର : ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃି ଚାଲିଛି । ଅସମ୍ଭାଳ ପରିସ୍ଥିତିରେ କରୋନା । ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ରାଜନୈତିକ ଦଳର କର୍ମକର୍ତ୍ତା ତଥା ବିଧାୟକ, ସାଂସଦ, ମନ୍ତ୍ରୀ ଏବେ କରୋନା କବଳରେ ଫସୁଛନ୍ତି । ଏହାରି ମଧ୍ୟରେ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ସୂଚନା ମିଳିଛି । ଏନେଇ ସେ ନିଜେ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି । ଏହି କିଛି ଦିନ ଭିତରେ ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଲୋକଙ୍କୁ ଟେଷ୍ଟ କରାଇ ନେବାକୁ ଅନୁରୋଧ କରିଛନ୍ତି ।

ଆଜି  ୩୦ ଜିଲ୍ଲାରୁ ୩୯୧୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୩୪୮ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ୧୫୬୫ଜଣ ଆକ୍ରାନ୍ତ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି । ଏହା ସହ ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧,୫୦,୮୦୭କୁ ବୃଦ୍ଧିପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking