32.1 C
Bhubaneswar
Friday, April 26, 2024
Homeଓଡିଶା‘ମୋ କଲେଜ’ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

‘ମୋ କଲେଜ’ ପୋର୍ଟାଲର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ମୋ କଲେଜ ଅଭିଯାନ ପୋର୍ଟାଲର ଶୁଭାରମ୍ଭ କରିଛନ୍ତି । ‘ମୋ କଲେଜ ଅଭିଯାନ’ର ସଫଳତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ‘ମୋ କଲେଜ ଅଭିଯାନ’ରେ ପୁରାତନ ଛାତ୍ରଛାତ୍ରୀ ଯୋଡି ହେବେ । ଏହି ଅଭିଯାନ ଦ୍ୱାରା କଲେଜରେ ସୁସ୍ଥ ଶୈକ୍ଷିକ ବାତାବରଣ ସୃଷ୍ଟି ହେବ । ‘ମୋ ସ୍କୁଲ ଅଭିଯାନ’ ପରି ମୋ କଲେଜ ଅଭିଯାନ ଅନୁରୂପ ସଫଳତା ପାଇବ । ନିଜ ଅନୁଷ୍ଠାନର ବିକାଶରେ ସାମିଲ ପାଇଁ ଆହ୍ୱାନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଉଚ୍ଚଶିକ୍ଷା କ୍ଷେତ୍ରରେ ସରକାର ଅନେକ ଗୁଡ଼ିଏ ପଦକ୍ଷେପ ନେଇଛନ୍ତି । ‘ମୋ କଲେଜ’ ଅଭିଯାନ ମାଧ୍ୟମରେ ଆପଣଙ୍କ ସହଯୋଗ ଆପଣ ପଢ଼ିଥିବା କଲେଜକୁ ଆଉ ଏକ ପାଦ ଆଗକୁ ଆଗେଇ ନେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସରକାର ପ୍ରତି ଶିକ୍ଷାନୁଷ୍ଠାନକୁ ପ୍ରତିବର୍ଷ ୫୦ ହଜାର ଟଙ୍କା ‘ମୋ କଲେଜ’ ଅଭିଯାନ ପାଇଁ ଯୋଗାଇ ଦେବେ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ୫୧ଟି ସରକାରୀ ମହାବିଦ୍ୟାଳୟ, ୫୫୮ଟି ସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ, ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ୧୩ଟି ବିଶ୍ୱବିଦ୍ୟାଳୟ, ସଂସ୍କୃତି ବିଭାଗରେ ଥିବା ଗୋଟିଏ ବିଶ୍ୱବିଦ୍ୟାଳୟ ଭଳି ୭୫୫ଟି ଶିକ୍ଷାନୁଷ୍ଠାନ ‘ମୋ କଲେଜ’ ଅଭିଯାନରେ ସାମିଲ୍ କରାଯାଇଛି । ଏହାର ସୁପରିଚାଳନା ଲାଗି ଏକ କମିଟି ଗଠନ କରିଛନ୍ତି ସରକାର । ମିଳିଥିବା ଅନୁଦାନ କଲେଜର ଛାତ୍ରଛାତ୍ରୀଙ୍କ ଲାଗି ବ୍ୟୟ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking