27.1 C
Bhubaneswar
Friday, June 13, 2025
Homeଦେଶ ବିଦେଶଆଜି ସଂଧ୍ୟାରେ ଏହି ସବୁ ସହରରେ ହେବ ମକ୍‌ଡ୍ରିଲ୍‌

ଆଜି ସଂଧ୍ୟାରେ ଏହି ସବୁ ସହରରେ ହେବ ମକ୍‌ଡ୍ରିଲ୍‌

ନୂଆଦିଲ୍ଲୀ: ପୁଣି ବାଜିବ ସାଇରନ । ପୁଣି ହେବ ବ୍ଲାକଆଉଟ୍ । ଆଗକୁ ହେବ କି ଯୁଦ୍ଧ । ଭାରତ-ପାକିସ୍ତାନ ସୀମାରେ ଉତ୍ତେଜନା ଓ ରାଜନୈତିକ ହଲଚଲ ଭିତରେ ପୁଣିଥରେ ଦେଶର ସୁରକ୍ଷାକୁ ନେଇ ଚର୍ଚ୍ଚା । ଅପରେସନ ସିଲ୍ଡ ଅନ୍ତର୍ଗତ ଆଜି ଜମ୍ମୁ-କାଶ୍ମୀର, ପଞ୍ଜାବ, ରାଜସ୍ଥାନ, ଗୁଜରାଟ ହରିୟାଣା ଓ ଚଣ୍ଡିଗଡ଼ରେ ହେବ ମକଡ୍ରିଲ୍‌ । ସମ୍ଭାବ୍ୟ ଏୟାର ଷ୍ଟ୍ରାଇକ୍ ଓ ଡ୍ରୋନ୍ ଆକ୍ରମଣର ମୁକାବିଲା ପାଇଁ ଏସବୁ ରାଜ୍ୟକୁ ଅପରେସନ୍ ସିଲ୍ଡରେ ସାମିଲ କରାଯିବ । ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ସବୁ ଜିଲ୍ଲାରେ ସିଭିଲ ଡିଫେନ୍ସ ଏକ୍ସରସାଇଜ୍ କରାଯିବ, ଯେଉଁଥିରେ ୩୨ହଜାର ସିଭିଲ ଡିଫେନ୍ସ ସ୍ୱେଚ୍ଛାସେବୀ ଯୋଗଦେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଗୁଡ଼ିକରେ ରାତି ୮ଟାରୁ ୮ଟା ୧୫ ପର୍ଯ୍ୟନ୍ତ ୧୫ ମିନିଟ୍ ବ୍ଲାକଆଉଟ୍ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking