ଆମେରିକା: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଆକ୍ରମଣ ହୋଇଥିବା ଘଟଣାରେ ଉଦ୍ବେଗ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏନେଇ ମୋଦୀ ନିଜ ସୋସିଆଲ ମିଡିଆ ଆକାଉଣ୍ଟ ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ନିଜର ଉଦ୍ବେଗ ପ୍ରକାଶ କରିଥିଲେ । ଏହି ଘଟଣାକୁ ପ୍ରଧାନମନ୍ତ୍ରୀ ମୋଦୀ ମଧ୍ୟ ନିନ୍ଦା କରିଛନ୍ତି ।ପ୍ରଧାନମନ୍ତ୍ରୀ ମୋଦୀ ଲେଖିଛନ୍ତି, ମୋର ବନ୍ଧୁ ତଥା ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଥିବା ଆକ୍ରମଣ ମୋତେ ଗଭୀର ଭାବେ ଚିନ୍ତିତ କରିଛି । ମୁଁ ଏହି ଘଟଣାକୁ ଦୃଢ଼ ନିନ୍ଦା କରୁଛି । ରାଜନୀତିରେ ଏବଂ ଗଣତନ୍ତ୍ରରେ ହିଂସା କୌଣସି ସ୍ଥାନ ନାହିଁ । ମୁଁ ତାଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି। ମୃତ ଓ ଆହତଙ୍କ ପରିବାର ସହିତ ଆମର ସମବେଦନା ଏବଂ ପ୍ରାର୍ଥନା ରହିଛି ବୋଲି ମୋଦୀ କହିଛନ୍ତି ।










