28.1 C
Bhubaneswar
Friday, October 18, 2024
Homeଓଡିଶାଭୁବନେଶ୍ୱରରେ ପହଞ୍ଚିଲେ  ମୋଦୀ

ଭୁବନେଶ୍ୱରରେ ପହଞ୍ଚିଲେ  ମୋଦୀ

ଭୁବନେଶ୍ୱର :  ଭୁବନେଶ୍ୱରରେ ପହଞ୍ଚିଲେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଭୁବନେଶ୍ୱରରୁ ସିଧା ଚଣ୍ଡିଖୋଲ ଯିବେ ପ୍ରଧାନମନ୍ତ୍ରୀ ।ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଭୁବନେଶ୍ୱରର ବିମାନ ବନ୍ଦରରୁ ରାଜଭବନ ପର୍ଯ୍ୟନ୍ତ ସୁରକ୍ଷା ବ୍ୟବସ୍ଥା ମଧ୍ୟ ହୋଇଛି । ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତ ସମ୍ପର୍କରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ରାଜ୍ୟ ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି । ଓଡ଼ିଶାର ପ୍ରାଚୀନ ସଂସ୍କୃତି, ଗରିମାମୟ ଇତିହାସ, ବୈଭବଶାଳୀ ପରମ୍ପରା, ଐତିହ୍ୟ ଓ କଳା, ଖାଦ୍ୟପେୟ, ବେଶଭୂଷାକୁ ବିଶ୍ୱଦରବାରରେ ପ୍ରଧାନମନ୍ତ୍ରୀ ମୋଦୀ ପହଞ୍ଚାଇଛନ୍ତିି । ଓଡ଼ିଶାବାସୀଙ୍କ ଭଲ ପାଇବାକୁ ସୁଧ ସହିତ ଫେରେଇବେ ବୋଲି ପ୍ରଧାନମନ୍ତ୍ରୀ ୨୦୧୯ରେ କହିଥିଲେ । ବିଗତ ୧୦ବର୍ଷ ଭିତରେ ମୋଦୀ ସରକାର “ଓଡ଼ିଶାର ବିକାଶ ପାଇଁ ୧୮.୮୩ଲକ୍ଷ କୋଟି ଟଙ୍କା ଦେଲେ ଓ ଓଡ଼ିଆଙ୍କୁ ଅଗ୍ରାଧିକାର ଓ ଉପଯୁକ୍ତ ମର୍ଯ୍ୟାଦା ଦେଲେ’ । ମୋଦୀ ଯାହା କହନ୍ତି ତାହା କରନ୍ତି, ଏହା ହିଁ ମୋଦୀ ଗ୍ୟାରେଣ୍ଟି । ମୋଦୀଜୀ ଓଡ଼ିଆ ମହିଳାଙ୍କୁ ସର୍ବୋଚ୍ଚ ଆସନରେ ବସାଇଛନ୍ତି । ମୋଦୀଙ୍କ ଜନସଭା ରାଜ୍ୟର ବିଜେପି କର୍ମକର୍ତ୍ତାଙ୍କୁ ଅଫୁରନ୍ତ ଶକ୍ତି ଯୋଗାଇବ ବୋଲି କହିଛନ୍ତି ମନମୋହନ । ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking