ପ୍ରୟାଗରାଜ: ମହାକୁମ୍ଭ ଦଳ ଚକଟା ଘଟଣାରେ ଦୁଖ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସୋସିଆଲ ମିଡିଆ ଏକ୍ସରେ ପୋଷ୍ଟ କରି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କୁ ସମସ୍ତ ପ୍ରକାର ସାହାଯ୍ୟ କରିବାକୁ ଆଶ୍ବସନା ଦେଇଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ ସ୍ଥିତି ସମୀକ୍ଷା କରିବା ସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ ଫୋନରେ ଆଲୋଚନା କରିଛନ୍ତି ମୋଦୀ । ଅନ୍ୟପଟେ ମହାକୁମ୍ଭରେ ଆୟୋଜନରେ ତ୍ରୁଟି ହୋଇଥିବା ଯୋଗୁଁ ଦଳାଚକଟାରେ ଶ୍ରଦ୍ଧାଳୁଙ୍କ ଜୀବନ ଗଲା ବୋଲି କହିବା ସହ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଇସ୍ତଫା ଦାବି କରିଛନ୍ତି ବିରୋଧୀ ।