32.1 C
Bhubaneswar
Wednesday, April 1, 2026
Homeଦେଶ ବିଦେଶଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ମୋଦୀଙ୍କ ଶୁଭେଚ୍ଛା

ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ମୋଦୀଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ଉତ୍କଳ ଦିବସ । ଓଡିଶାବାସୀଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ପ୍ରତିଟି ଓଡିଆଙ୍କ ମନରେ ଖୁସିର ଲହରୀ । ଦେଶ ବାହାରେ ଥିବା ଓଡିଆ ବି ପାଳୁଛନ୍ତି ଉତ୍କଳ ଦିବସ । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦୀ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ସେ ଏକ୍ସରେ ପୋଷ୍ଟ କରିଛନ୍ତି ଯେ, ଉତ୍କଳ ଦିବସର ବିଶେଷ ଅବସରରେ ହାର୍ଦ୍ଦିକ ଶୁଭକାମନା । ଓଡିଶା ଏପରି ଏକ ରାଜ୍ୟ । ଯାହା ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ ମହାନତାର ଏକ ଶାଶ୍ୱତ ପ୍ରତୀକ ରୂପେ ସଗୌରବେ ଦଣ୍ଡାୟମାନ ରହିଛି । ଓଡିଆ ସଙ୍ଗୀତ, କଳା ଏବଂ ସାହିତ୍ୟ ଭାରତକୁ ଅଗଣିତ ମାର୍ଗରେ ସମୃଦ୍ଧ କରିଛି । ନିଜର ଦୃଢ ସଂକଳ୍ପ, ସରଳତା ଏବଂ ସ୍ନେହ ପାଇଁ ପରିଚିତ ଓଡିଶାର ଲୋକମାନେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ଦେଇଛନ୍ତି । ଓଡିଶା ଆଗାମୀ ଦିନରେ ପ୍ରଗତିର ନୂଆ ଶିଖର ଛୁଇଁବ ବୋଲି ଆଶା କରୁଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking