28.1 C
Bhubaneswar
Friday, June 21, 2024
Homeଓଡିଶାମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେଲେ ମୋହନ ମାଝୀ

ଭୁବନେଶ୍ୱର : ୨୪ ବର୍ଷ ପରେ ଓଡିଶାରେ ରାଜନୈତିକ ପରିବର୍ତ୍ତନ ହୋଇଛି । ଓଡିଶାରେ ଆରମ୍ଭ ହୋଇଛି ବିଜେପି ସରକାର । ଓଡିଶାରେ ବିଜେପିର ପ୍ରଥମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମୋହନ ଚରଣ ମାଝୀ । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ପଦ ଓ ଗୋପନୀୟତା ପାଇଁ ଶପଥ ପାଠ କରାଇଛନ୍ତି । ମୋହନ ମାଝୀଙ୍କ ସହିତ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେଇଛନ୍ତି । କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ସୁରେଶ ପୂଜାରୀ, ରବି ନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, କୃଷ୍ଣଚନ୍ଦ୍ର ପାତ୍ର, ପୃଥ୍ବୀରାଜ ହରିଚନ୍ଦନ, ଡ. ମୁକେଶ ମହାଲିଙ୍ଗ, ବିଭୂତି ଜେନା, ଡ. କୃ‌ଷ୍ଣଚନ୍ଦ୍ର ମହାପାତ୍ର ଓ ରାଷ୍ଟ୍ରମନ୍ତ୍ରୀ ଭାବେ ଗଣେଶ ରାମସିଂ ଖୁଣ୍ଟିଆ, ସୂର୍ଯ୍ୟବଂଶୀ ସୂରଜ, ପ୍ରଦୀପ ବଳସାମନ୍ତ, ଗୋକୁଳାନନ୍ଦ ମଲ୍ଲିକ ଓ ସଂପଦ ଚନ୍ଦ୍ର ସ୍ବାଇଁ ମଧ୍ୟ ଶପଥ ଗ୍ରହଣ କରିଛନ୍ତି। ମୋହନ ମାଝୀଙ୍କ ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି , କେନ୍ଦ୍ରମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ଜଗତ ପ୍ରକାଶ ନଡ୍ଡା, ନିତିନ ଗଡ଼କରୀ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ, ଅଶ୍ବିନୀ ବୈଷ୍ଣବ, ଓଡ଼ିଶାରୁ ନବନିର୍ବାଚିତ ସାଂସଦ ଏବଂ ବିଧାୟକ, ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଭଜନଲାଲ ଶର୍ମା, ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାୟ, ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ମୋହନ ଯାଦବ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ପ୍ରମୁଖ ଉପସ୍ଥିତ ଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking