27.1 C
Bhubaneswar
Thursday, April 25, 2024
Homeଓଡିଶାଓଡିଶା ଛୁଇଁଲା ମୌସୁମୀ

ଓଡିଶା ଛୁଇଁଲା ମୌସୁମୀ

ଭୁବନେଶ୍ୱର: ଓଡିଶା ଛୁଇଁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ମୌସୁମୀ ଛୁଇଁବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୪୮ ଘଣ୍ଟା ମଧ୍ୟରେ ସାରା ରାଜ୍ୟ ଛୁଇଁବ ମୌସୁମୀ । ଅନ୍ୟପଟେ ଆଇଏମଡି ର ବରିଷ୍ଠ ବୈଜ୍ଞାନିକ ରାଜେନ୍ଦ୍ର ଜେନାମଣି ସୂଚନା ଦେଇ କହିଛନ୍ତି , ଆଜି ଓଡିଶାର କିଛି ଅଂଚଳକୁ ମୌସୁମୀ ଛୁଇଁଛି । ଦକ୍ଷିଣ ଓଡିଶା ଏବଂ ବଲାଙ୍ଗିରରେ ଭଲ ବର୍ଷା ହୋଇଛି । ଲଘୁଚାପ ଯୋଗୁଁ ଆଜି ଅନେକ ଅଂଚଳରେ ବର୍ଷା ହେବ । ୧୧ ତାରିଖରେ ସବୁଠାରୁ ବେଶି ବର୍ଷା ହେବା ନେଇ ଆକଳନ କରାଯାଉଛି । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ , ଯାଜପୁର, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ତେଣୁ ପ୍ରବଳ ବର୍ଷାର ପ୍ରଭାବରେ ରାଜ୍ୟର ଅଧିକାଂଶ ନଦୀରେ ବନ୍ୟା ଜଳ ଆସିପାରେ। ଏପରିକି ପାହାଡ଼ିଆ ଅଞ୍ଚଳରେ ଅତଡ଼ା ଖସିବା ଆଶଙ୍କା ଥିବା ବେଳେ, ସମୁଦ୍ର ଜୁଆରିଆ ଓ ଅଶାନ୍ତ ରହିବ। ସେହିପରି ବନ୍ୟା ମୁକାବିଲା ପାଇଁ ଦୁର୍ବଳ ନଦୀବନ୍ଧ ଉପରେ ନଜର ରଖିବାକୁ କୁହାଯାଇଛି। ସହରାଞ୍ଚଳରେ ପାଣି ଖଲାସ କରିବା ଏବଂ ତଳିଆ ଅଞ୍ଚଳରେ ଯେମିତି ପାଣି ନ ଜମିବ ସେଥିପ୍ରତି ଦୃଷ୍ଟି ରଖିବା ଲାଗି ମଧ୍ୟ କୁହାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking