39.6 C
Bhubaneswar
Thursday, June 11, 2026
Homeଓଡିଶା୩ରୁ ୪ ଦିନ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ

୩ରୁ ୪ ଦିନ ଭିତରେ ଓଡ଼ିଶା ଛୁଇଁପାରେ ମୌସୁମୀ

ଭୁବନେଶ୍ୱର: ମୌସୁମୀ ଆସୁଛି । ଆସନ୍ତା ୩ରୁ ୪ ଦିନ ଭିତରେ ଓଡ଼ିଶା ଛୁଇଁପାରେ । ରାଜ୍ୟରେ ଆସନ୍ତା ୨ ଦିନ ପରେ ତାପମାତ୍ରା ୨ରୁ ୪ଡିଗ୍ରୀ ସେଲସିୟସ୍ ଖସିପାରେ । ପାଣିପାଗ ବିଭାଗଏଭଳି ପୂର୍ବାନୁମାନ କରିଛି ।ଗତ କିଛି ଦିନ ହେବ ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ବଙ୍ଗୋପସାଗରରେ ଧୀରେ ଧୀରେ ଆଗକୁ ବଢ଼ୁଛି। ମୌସୁମୀର ଗତିକୁ ଅତି ଦ୍ରୁତକରିବା ଭଳି କୌଣସି ଶକ୍ତିଶାଳୀ ଲଘୁଚାପ କ୍ଷେତ୍ରକିମ୍ବା ଅବପାତ ଏପର୍ଯ୍ୟନ୍ତ ବଙ୍ଗୋପସାଗରରେ ସୃଷ୍ଟି ହୋଇନାହିଁ । ନିକଟରେ ସୃଷ୍ଟି ହେବାର ସଙ୍କେତ ମଧ୍ୟ ମିଳୁନାହିଁ ।ଆନ୍ତର୍ଜାତିକ ପାଣିପାଗ ମଡେଲଗୁଡ଼ିକରଆକଳନ ଅନୁଯାୟୀ, ଓଡ଼ିଶାରେ ମୌସୁମୀ ଏକାସଙ୍ଗେ ସମଗ୍ର ରାଜ୍ୟକୁ ନ ଛୁଇଁ ପର୍ଯ୍ୟାୟ କ୍ରମେ ଧୀରେ ଧୀରେ ଆଗକୁ ବଢ଼ିପାରେ । ପ୍ରଥମ ପର୍ଯ୍ୟାୟରେ ୧୩–୧୫ଜୁନ୍ ଭିତରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶା ଛୁଇଁପାରେ ମୌସୁମୀ । ମୌସୁମୀ ଆଗମନର ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା,କଟକ, ଯାଜପୁର, ଭଦ୍ରକ ଏବଂ ବାଲେଶ୍ୱର ଜିଲ୍ଲାପ୍ରଭାବିତ ହେବେ । ତେବେ ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧାଜିଲ୍ଲା ଦେଇ ସାମୁଦ୍ରିକ ମୌସୁମୀ ବାୟୁ ଓଡ଼ିଶାରେ ପ୍ରବେଶ କରିବାର ସବୁଠାରୁ ଅଧିକ ସମ୍ଭାବନା ଅଛି । ଏହି ସମୟ ମଧ୍ୟରେ ଆନ୍ଧ୍ରପ୍ରଦେଶ ଉପକୂଳରୁ ଆର୍ଦ୍ରତା ଉପରକୁ ଆସୁଥିବାରୁ ଦକ୍ଷିଣ ଓଡ଼ିଶାର ଗଜପତି, ରାୟଗଡ଼ା, କୋରାପୁଟ, ନବରଙ୍ଗପୁରଏବଂ ମାଲକାନଗିରି ଜିଲ୍ଲାରେ ମଧ୍ୟ ମୌସୁମୀପ୍ରବେଶ କରିପାରେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking