25.1 C
Bhubaneswar
Friday, November 22, 2024
Homeଓଡିଶାଭୁବନେଶ୍ୱରଦୈନିକ ୬ ଘଣ୍ଟା ଚାଲିବ ବିଧାନସଭା ମୈାସୁମୀ ଅଧିବେଶନ

ଦୈନିକ ୬ ଘଣ୍ଟା ଚାଲିବ ବିଧାନସଭା ମୈାସୁମୀ ଅଧିବେଶନ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୨ରୁ ଅଗଷ୍ଟ ୪ ତାରିଖ ପର୍ଯ୍ୟନ୍ତ ଚାଲିବ ବିଧାନସଭା ପୂର୍ଣ୍ଣାଙ୍ଗ ବଜେଟ୍ ଅଧିବେଶନ । ୨୪ଟି କାର୍ଯ୍ୟ ଦିବସ ଥିବା ଅଧିବେଶନକୁ ସୁରୁଖୁରୁରେ ଶେଷ କରିବା ପାଇଁ ବାଚସ୍ପତି ଉଦ୍ୟମ କରିଛନ୍ତି । ଆଜି ବାଚସ୍ପତି ବିକ୍ରମ କେଶରୀ ଆରୁଖଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି । ଦୈନିକ ୬ ଘଣ୍ଟା ଚାଲିବ ବିଧାନସଭାର ଗୃହକାର୍ଯ୍ୟ । ଆଗରୁ ୫ ଘଣ୍ଟା ଚାଲୁଥିଲା । ସର୍ବଦଳୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।
ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ପାଇଁ ଆଗତ ହେବ ବଜେଟ୍ । ସେହିପରି ଜୁଲାଇ ୩୦ ତାରିଖରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଧେୟକ । ଅନ୍ୟପଟେ କୋଭିଡ କଟକଣା ଭିତରେ ଗୃହ ଚାଲିବ ବୋଲି ନିଷ୍ପତ୍ତି ହୋଇଥିବାରୁ ଆଜିଠୁ ୩ ଦିନ ପର୍ଯ୍ୟନ୍ତ ବିଧାନସଭାରେ ବିଧାୟକଙ୍କ କରୋନା ଟେଷ୍ଟ କରାଯିବ । ବିଧାୟକଙ୍କ ସହ ବିଧାନସଭାର କର୍ମଚାରୀ, ସୁରକ୍ଷାକର୍ମୀ, ସାମ୍ବାଦିକଙ୍କର କରୋନା ଟେଷ୍ଟ କରାଯିବ । ଯେଉଁମାନଙ୍କ ରିପୋର୍ଟ ନେଗେଟିଭ୍ ଆସିବ, ସେମାନଙ୍କୁ ପ୍ରବେଶ ପାଇଁ ଅନୁମତି ମିଳିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking