21.7 C
Bhubaneswar
Monday, February 23, 2026
Homeଓଡିଶାଆଜିଠୁ ଓଡ଼ିଶା ଛାଡ଼ିବ ମୌସୁମୀ

ଆଜିଠୁ ଓଡ଼ିଶା ଛାଡ଼ିବ ମୌସୁମୀ

ଭୁବନେଶ୍ୱର: ସୋମବାରଠାରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିବ। ଏବେ ମୌସୁମୀ ବାୟୁର ପ୍ରତ୍ୟାହାର ରେଖା ବାରଣାସୀ, ଜବଲପୁର, ଆକୋଲା, ଅହଲ୍ୟାନଗର, ଆଲିବାଗ ଦେଇ ଗତି କରୁଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ସିକିମ୍‌, ତେଲେଙ୍ଗାନାର କିଛି ଅଞ୍ଚଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ଉତ୍ତର ପ୍ରଦେଶ ଓ ବିହାରର ଅବଶିଷ୍ଟ ଅଂଶ, ଝାଡ଼ଖଣ୍ଡ ଓ ଛତିଶଗଡ଼ରୁ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାବର୍ତ୍ତନ କରିବ। ପରବର୍ତ୍ତୀ ୨ରୁ ୩ ଦିନ ମଧ୍ୟରେ ଉତ୍ତର-ପୂର୍ବ ଭାରତରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ପାଗ ଅନୁକୂଳ ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା‌ ଦିଆଯାଇଛି। ଆସନ୍ତା ୬ରୁ ୭ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରାରେ ବଡ଼ ପରିବର୍ତ୍ତନ ହେବ ନାହିଁ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking