25.1 C
Bhubaneswar
Wednesday, February 11, 2026
Homeଓଡିଶାସାରା ରାଜ୍ୟକୁ ଛୁଇଁଲା ମୌସୁମୀ

ସାରା ରାଜ୍ୟକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର : ସାରା ରାଜ୍ୟକୁ ଛୁଇଁଲା ମୌସୁମୀ । ଆଜି ଭୁବନେଶ୍ୱରକୁ ମୌସୁମୀ ଛୁଇଁବା ସହ ସାରା ରାଜ୍ୟରେ ସକ୍ରିୟ ହୋଇଛି। ମୌସୁମୀ ସକ୍ରିୟ ଯୋଗୁ ଆଜି ସକାଳୁ ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି। ପାଗ ମଧ୍ୟ ମେଘୁଆ ରହିଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ସ୍ୱାଭାବିକ ସମୟର ଦିନକ ପରେ ସବୁ ଜିଲ୍ଲାକୁ ମୌସୁମୀ ଛୁଇଁଛି। ଆଜି ବିଭିନ୍ନ ଜିଲ୍ଲାରେ ବର୍ଷା ହୋଇଥିବା ବେଳେ ୨୬ରୁ ଏହାର ପରିମାଣ ବଢ଼ିବ। ଏଥିସପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିସବୁ ଜିଲ୍ଲାଗୁଡ଼ିକ ହେଲା- ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଗଞ୍ଜାମ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼। ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ହେବାର ଆଶଙ୍କା ରହିଛି। ସେହିପରି ୨୭ ତାରିଖରେ ପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ଆଜିଠାରୁ ଉପକୂଳ, ଉତ୍ତର ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ରହିବାର ସମ୍ଭାବନା ରହିଥିବା କେନ୍ଦ୍ର କହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking