30.1 C
Bhubaneswar
Wednesday, June 26, 2024
Homeଓଡିଶା୫ ଦିନ ଭିତରେ ଛୁଇଁବ ମୌସୁମୀ

୫ ଦିନ ଭିତରେ ଛୁଇଁବ ମୌସୁମୀ

ନୂଆଦିଲ୍ଲୀ : ଆଗାମୀ ୫ ଦିନ ଭିତରେ କେରଳ ଛୁଇଁପାରେ ମୌସୁମୀ । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ସଂସ୍ଥା (ଆଇଏମ୍‌ଡି) । ମୌସୁମୀ କେରଳ ଛୁଇଁବା ନେଇ ପାଗ ଅନୁକୂଳ ରହିଛି । ୫ ଦିନ ଭିତରେ ଏହା କେରଳ ଉପକୂଳ ଛୁଇଁବ ବୋଲି ପୂର୍ବାନୁମାନ ହୋଇଛି । ଆସନ୍ତାକାଲି ଠାରୁ ବଢ଼ିବ ପାରଦ । ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବୃଦ୍ଧି ପାଇବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ତେବେ ଭୀଷଣ ବାତ୍ୟା ‘ରେମାଲ’ ବାତ୍ୟାରେ ପରିଣତ ହୋଇଛି । ହେଲେ ଓଡ଼ିଶାକୁ ଏହାର ବିଶେଷ ପ୍ରଭାବ ନାହିଁ । ରାଜ୍ୟରେ ବର୍ଷା ପବନ ହେବାର ବିଶେଷ ସମ୍ଭାବନା ନାହିଁ । କିଛି ସ୍ଥାନରେ ସ୍ୱଳ୍ପ ପରିମାଣର ବର୍ଷା ହୋଇପାରେ । ଆସନ୍ତାକାଲି ଠାରୁ ୨ରୁ ୩ ଡିଗ୍ରୀ ତାପମାତ୍ରା ବଢ଼ିବ । ଆଗାମୀ ୫ ଦିନ ପର୍ଯ୍ୟନ୍ତ ହିଟୱେଭ୍ ସମ୍ଭାବନା ନାହିଁ । ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ରହିବ । କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking