34.1 C
Bhubaneswar
Friday, October 18, 2024
Homeଓଡିଶାଆହୁରି ସକ୍ରିୟ ହେବ ମୌସୁମୀ

ଆହୁରି ସକ୍ରିୟ ହେବ ମୌସୁମୀ

ଭୁବନେଶ୍ୱର: ଆହୁରି ସକ୍ରିୟ ହେବ ମୌସୁମୀ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ପ୍ରଭାବରେ ଓଡ଼ିଶା ଓ ପଶ୍ଚିମବଙ୍ଗରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବା ଆଇଏମଡି DG ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ୩ ଦିନ ଧରି ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଆଗାମୀ ଦୁଇ ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଓଡ଼ିଶା ଉପକୂଳ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।

ଲଘୁଚାପ ପ୍ରଭାବରେ ଆଗାମୀ ଦୁଇଦିନ ରାଜ୍ୟରେ ବସ୍ତତି ବର୍ଷା ରହିଛି । ଆଜି କିଛି ଆଭ୍ୟନ୍ତରୀଣ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ତଥା ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁରରେ ସବୁଠୁ ଅଧିକ ୧୭୧. ୪ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking