24.6 C
Bhubaneswar
Sunday, April 12, 2026
Homeଓଡିଶାରାଜ୍ୟର ବିଭିନ୍ନ ଜିଲ୍ଲାରେ ଆହୁରି ବର୍ଷିବ

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଆହୁରି ବର୍ଷିବ

ଭୁବନେଶ୍ୱର: ତୁହାକୁ ତୁହା ରାଜ୍ୟର ବିଭିନ୍ନ ଜିଲ୍ଲାରେ ହେଉଛି ବର୍ଷା । ଓଡିଶା ଉପକୂଳ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି ।  ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଆଜି ଦକ୍ଷିଣ ଓଡ଼ିଶାର କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିସହ ସାରା ଓଡ଼ିଶାରେ ବି ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହିଭଳି ରାଜ୍ୟରେ ୩୦ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆସନ୍ତା ୩୦ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ପ୍ରବେଶ ନିଷେଧ କରାଯାଇଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking