ଭୁବନେଶ୍ୱର : ଆସନ୍ତା ୨୦ରୁ ତାରିଖରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡି ଦର୍ଶନ ବ୍ୟବସ୍ଥା । ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ନାଟମଣ୍ଡପ ଭିତରେ କିପରି ଭକ୍ତମାନେ ଶୃଙ୍ଖଳିତ ଭାବେ ଧାଡି ଗର୍ଶନ କରିବେ ସେନେଇ ୬ ଥାକିଆ ବ୍ୟାରିକେଡ ବ୍ୟବସ୍ଥା କରାଯାଇଛି । ରତ୍ନ ଭଣ୍ଡାର ମରାମତି ସମ୍ପୁଣ୍ଣ ହେବା ମାତ୍ରେ ପରବର୍ତ୍ତୀ ସପ୍ତାହ ଠାରୁ ଗଣତିମଣତି କରାଯିବ ବୋଲି କହିଛନ୍ତି ଆଇନମନ୍ତ୍ରୀ ।