27.1 C
Bhubaneswar
Thursday, January 23, 2025
Homeଓଡିଶାଏପ୍ରିଲ ୨ରୁ ରାଜ୍ୟରେ ଆରମ୍ଭ ହେବ ସକାଳୁଆ ସ୍କୁଲ

ଏପ୍ରିଲ ୨ରୁ ରାଜ୍ୟରେ ଆରମ୍ଭ ହେବ ସକାଳୁଆ ସ୍କୁଲ

ଭୁବନେଶ୍ୱର : ସ୍କୁଲ ପିଲାଙ୍କ ପାଇଁ ବଡ଼ ଖବର । ଏପ୍ରିଲ ୨ରୁ ରାଜ୍ୟରେ ଆରମ୍ଭ ହେବ ସକାଳୁଆ ସ୍କୁଲ । ସକାଳ ୬ଟା ୩୦ରୁ ଦିନ ୧୦ଟା ପର୍ଯ୍ୟନ୍ତ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ପାଠ ପଢ଼ା ଚାଲିବ । ଏହାସହ ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ପାଠ ପଢ଼ା ଚାଲିବ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି
ସେପଟେ ଗ୍ରୀଷ୍ମ ପ୍ରବାହ ନେଇ ଭାରତୀୟ ପାଣିପାଗ ବିଭାଗ ମଧ୍ୟ ସତର୍କ କରାଇଛି ।

ଆଜିଠାରୁ ୨ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ଅସହ୍ୟ ଗ୍ରୀଷ୍ମ ପ୍ରବାହ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ରାଜ୍ୟର ୮ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୩୧ ଯାଏଁ ମୟୂରଭଞ୍ଜ, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର ଜିଲ୍ଲା ଲାଗି ୱାର୍ଣ୍ଣିଂ ଜାରି କରାଯାଇଛି । ୩୧ରୁ ୨ ତାରିଖ ପର୍ଯ୍ୟନ୍ତ ୭ଟି ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସମ୍ବଲପୁର, ବରଗଡ଼, ସୋନପୁର, ବୌଦ୍ଧ, ବଲାଙ୍ଗିର, ଅନୁଗୁଳ ଓ କଳାହାଣ୍ଡି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking