କେନ୍ଦୁଝର : ସାପ କାମୁଡ଼ାରେ ଗଲା ମାଆ ଝିଅଙ୍କ ଜୀବନ । ଶୋଇଥିବା ବେଳେ କାମୁଡିଲା ବିଷାକ୍ତ ସାପ, ମାଆ ଓ ଶିଶୁକନ୍ୟା ମୃତ । କେନ୍ଦୁଝର ଜିଲ୍ଲାର ନୟାକୋଟ ଥାନା ଅନ୍ତର୍ଗତ ମୁଁରୁସଁଆ ରୁଗୁଡି ସାହିରେ ଗତକାଲି ରାତିରେ ଖାଇ ପିଇ ଶୋଇଥିବାବେଳେ ସୁଖମନି ମୁଣ୍ଡା ଏବଂ ତାଙ୍କର ୨ ବର୍ଷ ର ଶିଶୁ କନ୍ୟାକୁ ଏକ ବିଷାକ୍ତ ସାପ କାମୁଡି ଦେଇଥିଲା। ସକାଳୁ ସକାଳୁ ମାଆ ଓ ଶିଶୁକନ୍ୟା ଅସୁସ୍ଥ ହୋଇପଡ଼ିଥିଲେ ।କିଛି ସମୟ ମଧ୍ୟରେ ଶିଶୁ କନ୍ୟାର ମୃତ୍ୟୁ ହୋଇଥିଲା ଏବଂ ଗୁରୁତର ଅବସ୍ଥାରେ ସୁଖମନିଙ୍କୁ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରଙ୍କୁ ଅଣାଯାଇଥିଲା । ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣାକୁ ନେଇ ମୁରୁସୁଆଁ ଅଞ୍ଚଳ ରେ ଶୋକର ଛାୟା ଖେଳିଯାଇଛି। ଘଟଣା ସ୍ଥଳରେ ନୟାକୋଟ ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି ।