ସମ୍ବଲପୁର : ପବିତ୍ର ମହାଳୟା ଅମାବାସ୍ୟାରେ ମା’ ସମଲେଶ୍ୱରୀଙ୍କ ସ୍ୱତନ୍ତ୍ର ବେଶ । ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀ । ଭୋର ୪ ଟାରୁ ମା’ଙ୍କ ଆଳତୀ ପରେ ସକାଳ ୫ଟାରୁ ଚାଲିଛି ଧବଳମୁଖୀ ବେଶ ଦର୍ଶନ। ବର୍ଷ ତମାମ ମା’ ସିନ୍ଦୁର ମୁହିଁ ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଥିବା ବେଳେ ଆଜି ଧବଳମୁଖୀ ବେଶରେ ଦର୍ଶନ ଦେଉଛନ୍ତି । ମହାଳୟା ଦିନ ପିତୃପୁରୁଷଙ୍କୁ ପିଣ୍ଡଦାନ ପରେ ସମଲେଶ୍ୱରୀଙ୍କ ଧବଳମୁଖୀ ବେଶ ଦର୍ଶନ କଲେ ଗଂଗା ସ୍ନାନର ପୁଣ୍ୟ ମିଳେ ବୋଲି ବିଶ୍ୱାସ ରହିଛି । ମା’ ଙ୍କର ଏହି ବେଶକୁ ଗଙ୍ଗା ବେଶ ବୋଲି କୁହାଯାଇଥାଏ । ଏହି ବେଶକୁ ଦେଖିବା ପାଇଁ ସମଲେଶ୍ବରୀ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ ଲାଗିଛି ।