30.1 C
Bhubaneswar
Thursday, May 9, 2024
Homeସରସ୍ୱତୀ ପୂଜା -2024ଆସୁଛନ୍ତି ମା' ସରସ୍ୱତୀ ...

ଆସୁଛନ୍ତି ମା’ ସରସ୍ୱତୀ …

ଭୁବନେଶ୍ୱର : ହିନ୍ଦୁ କ୍ୟାଲେଣ୍ଡର ଅନୁଯାୟୀ, ବସନ୍ତ ପଞ୍ଚମୀର ପର୍ବ ପ୍ରତିବର୍ଷ ମାଘ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥିରେ ପାଳନ କରାଯାଏ । ଏହି ଦିନ ଜ୍ଞାନ, ଶିକ୍ଷା, ସଙ୍ଗୀତ ଏବଂ କଳାର ଦେବୀ ମା’ ସରସ୍ୱତୀଙ୍କର ପୂଜାର୍ଚ୍ଚନା କରାଯାଏ । ସନାତନ ଧର୍ମରେ ମାଆ ସରସ୍ୱତୀଙ୍କ ଉପାସନାର ବିଶେଷ ଗୁରୁତ୍ୱ ରହିଛି, କାରଣ ସେ ଜ୍ଞାନର ଦେବୀ । ବସନ୍ତ ପଞ୍ଚମୀ ଦିନ ଦେବୀ ସରସ୍ୱତୀଙ୍କୁ ପୂଜା କରିବା ଦ୍ୱାରା ଦେବୀ ଲକ୍ଷ୍ମୀ ଏବଂ ଦେବୀ କାଳୀଙ୍କର ମଧ୍ୟ ଆଶୀର୍ବାଦ ପ୍ରାପ୍ତ ହୋଇଥାଏ । ବିଦ୍ୟା, ବୁଦ୍ଧିର ଅଧିଷ୍ଠାତ୍ରୀ ଦେବୀ ମା’ ସରସ୍ୱତୀଙ୍କୁ ପୂଜା କରିବେ ବିଦ୍ୟାର୍ଥୀ । ବସନ୍ତ ଋତୁରେ ଏହି ପର୍ବ ପଡୁଥିବାରୁ ଏହାକୁ ବସନ୍ତ ପଞ୍ଚମୀ କୁହାଯାଏ । ମାଘ ମାସ ଶୁକ୍ଳ ପଞ୍ଚମୀ ତିଥିରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ପୁରପଲ୍ଲୀରୁ ଆରମ୍ଭ କରି ଶିକ୍ଷାନୁଷ୍ଠାନ ଓ କାର୍ଯ୍ୟାଳୟରେ ପୂଜା କରାଯାଏ । ସରସ୍ବତୀଙ୍କୁ ଜ୍ଞାନର ଦେବୀ କୁହାଯାଏ । ସେ ବିଦ୍ୟାଦେବୀ, ବୁଦ୍ଧି ସିଦ୍ଧି ଓ ମୁକ୍ତିବାତ୍ରୀ । ବ୍ରହ୍ମାଙ୍କ ସହଚରୀ ଓ ଶକ୍ତି ରୂପେ ବିଦିତ ମା’ ସରସ୍ବତୀ । ବାକ୍ୟର ଦେବୀ ବାଗଦେବୀ, ବାଣୀ, ଶାରଦା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking