21.1 C
Bhubaneswar
Friday, February 6, 2026
Homeଓଡିଶା‘ବିଜେପି ସରକାରରେ ମା'ମାନେ ସବୁଠୁ ଅସୁରକ୍ଷିତ’

‘ବିଜେପି ସରକାରରେ ମା’ମାନେ ସବୁଠୁ ଅସୁରକ୍ଷିତ’

ଭୁବନେଶ୍ୱର: ବିଜେପି ସରକାରରେ ମା’ମାନେ ସବୁଠୁ ଅସୁରକ୍ଷିତ ହୋଇ ପଡିଛନ୍ତି। ଦିନକୁ ଦିନ ଓଡ଼ିଶାରେ ମହିଳାମାନଙ୍କ ଉପରେ ବଢ଼ୁଥିବା ଅତ୍ୟାଚାର ଏବଂ ଦୁଷ୍କର୍ମ ପରି ଘଟଣା ସମସ୍ତଙ୍କୁ ବିଚଳିତ କରିଦେଉଛି। ତେଣୁ ସରକାର ନିଦରୁ ଉଠନ୍ତୁ ବୋଲି କହିଛନ୍ତି ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।ରବିବାର ସାମାଜିକ ଗଣମାଧ୍ୟମ ଏକ୍ସରେ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ ଖୋର୍ଦ୍ଧା ବାଘମାରୀରେ ନାବାଳିକାଙ୍କୁ ଅପହରଣ ଏବଂ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ସ୍ପର୍ଶକାତର ଏବଂ ହୃଦୟବିଦାରକ। ସେହିପରି ଭଦ୍ରକ ଅରଞ୍ଜିରେ ମା’ର ମୃତ୍ୟୁ ପରେ କିସ୍ତି ଟଙ୍କା ପାଇଁ ଜଣେ ଯୁବତୀଙ୍କୁ ଗାଁ ଦାଣ୍ଡରେ ଏସ୍‌ଏଚ୍‌ଜିର ମହିଳାମାନେ ନିସ୍ତୁକ ମାଡ଼ ମାରିବା ପରି ଘଟଣା ସଭ୍ୟ ସମାଜରେ କଦାପି ଗ୍ରହଣୀୟ ନୁହେଁ। ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ବିଜୁ ଜନତା ଦଳର ସରକାର ସମୟରେ ମିଶନ ଶକ୍ତି ଜରିଆରେ ମା’ମାନେ ସଫଳତାର ସିଡ଼ି ଚଢୁଥିଲେ, ନିଜର ପରିଚୟ ସୃଷ୍ଟି କରୁଥିଲେ। ହେଲେ ବିଜେପି ସରକାରରେ ବିକାଶ ଠପ୍ ହୋଇଛି। ମା’ମାନେ ସବୁଠୁ ଅସୁରକ୍ଷିତ ହୋଇପଡ଼ିଛନ୍ତି। ତେଣୁ ରାଜ୍ୟ ସରକାର ସମ୍ବେଦନଶୀଳ ହୁଅନ୍ତୁ, ଦୋଷୀଙ୍କ ବିରୋଧରେ ତୁରନ୍ତ କଠୋରରୁ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରନ୍ତୁ ବୋଲି ନବୀନ ଦାବି କରିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking