20.1 C
Bhubaneswar
Thursday, January 23, 2025
Homeଓଡିଶାବାଜିଲା ପୌର ନିର୍ବାଚନ ବିଗୁଲ୍‌, ମାର୍ଚ୍ଚ ୨୪ରେ ଭୋଟ୍‌ ଗ୍ରହଣ

ବାଜିଲା ପୌର ନିର୍ବାଚନ ବିଗୁଲ୍‌, ମାର୍ଚ୍ଚ ୨୪ରେ ଭୋଟ୍‌ ଗ୍ରହଣ

ଭୁବନେଶ୍ବର: ମାର୍ଚ୍ଚ ୨୪ରେ ହେବ ପୌର ନିର୍ବାଚନ ଭୋଟ୍‌ ଗ୍ରହଣ।। ଏନେଇ ଆଜି ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। ମାର୍ଚ୍ଚ ୨୬ରେ ପୌର ନିର୍ବାଚନର ଭୋଟ୍‌ ଗଣତି ହେବ। ଏଥିଲାଗି ଆଜିଠାରୁ ରାଜ୍ୟରେ ଆଦର୍ଶ ଆଚରଣ ବିଧି ଲାଗୁ ହେଲା ବୋଲି ରାଜ୍ୟ ନିର୍ବାଚନ କମିସନ ଆଦିତ୍ୟ ପ୍ରସାଦ ପାଢ଼ୀ ଏକ ସାମ୍ବାଦିକ ସମ୍ମିଳନୀରେ ଘୋଷଣା କରିଛନ୍ତି। ଆଗାମୀ ୨୮ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ତେବେ ପୁରୀରେ ପୌର ନିର୍ବାଚନ ହେବ ନାହିଁ।

ସୂଚନାଯୋଗ୍ୟ ଯେ, ରାଜ୍ୟ ନିର୍ବାଚନ କମିସନଙ୍କ ପକ୍ଷରୁ ଜାରି ଏକ ପ୍ରେସ୍ ବିବୃତିରେ କୁହାଯାଇଥିଲା ଯେ, ରାଜ୍ୟର ୧୦୬ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥ୍ରେ ଇଭିଏମ୍ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ। ଚଳିତ ନିର୍ବାଚନରେ ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା ବ୍ୟବହାର ହେବ। ବାଲାଟ୍ ପେପରର ସବାଶେଷରେ ନୋଟା ବଟନ୍ ରହିବ। ନିର୍ବାଚନ ମଇଦାନରେ ଭୋଟରଙ୍କ ମନପସନ୍ଦର ପ୍ରାର୍ଥୀ ନଥିଲେ ଭୋଟରମାନେ ନୋଟା ବ୍ୟବହାର କରିପାରିବେ। ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥ୍ରେ ଦୁଇଟି ଲେଖାଏଁ ଇଭିଏମ୍ ରହିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking