ଭୁବନେଶ୍ୱର: ନୂଆ ପୌର ଓ ଏନ୍ଏସି ନିର୍ବାଚନ ନେଇ ପିସିସି ସଭାପତି ଭକ୍ତ ଦାସଙ୍କ ପ୍ରତିକ୍ରିୟା । ପୌର ଓ ଏନ୍ଏସି ନିର୍ବାଚନ ବାଲଟ୍ରେ ହେଉ କହଛନ୍ତି ଭକ୍ତ । ନିର୍ବାଚନ ବାଲାଟ୍ରେ ହେବା ନେଇ ନିର୍ବାଚନ କମିଶନଙ୍କ ଦୃଷ୍ଟି ଆକର୍ଷଣ କରିବୁ । ଇଭିଏମ୍ରେ ଭୋଟ୍ ଚୋରି ହେଉଛି ଏନେଇ ପ୍ରଶ୍ନ ଉଠାଇଛୁ । ଆମେ ନିର୍ବାଚନ ପାଇଁ ପ୍ରସ୍ତୁତ ଅଛୁ । ସୂଚନାଯୋଗ୍ୟ, ରାଜ୍ୟ ସରକାରଙ୍କ ପକ୍ଷରୁ ନିକଟରେ ଘୋଷଣା ହୋଇଥିବା ନୂଆ ୨୮ ବିଜ୍ଞାପିତ ଅଞ୍ଚଳ ପରିଷଦ(ଏନ୍ଏସି) ଏବଂ ୭ ପୌରପାଳିକା(ମ୍ୟୁନିସିପାଲିଟି)ର ନିର୍ବାଚନ ଲାଗି ସରକାରଙ୍କ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଏନେଇ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ଅରିନ୍ଦମ ଡାକୁଆ ୧୮ ଜିଲ୍ଲାପାଳଙ୍କୁ ପତ୍ର ଲେଖି ଅବଗତ କରାଇଛନ୍ତି ।










