26.1 C
Bhubaneswar
Wednesday, May 8, 2024
Homeଅପରାଧଗୁଣିଗାରେଡ଼ି ସନ୍ଦେହରେ ବିଭତ୍ସ ହତ୍ଯାକାଣ୍ଡ

ଗୁଣିଗାରେଡ଼ି ସନ୍ଦେହରେ ବିଭତ୍ସ ହତ୍ଯାକାଣ୍ଡ

ମାଲକାନାଗିରି : ମାଲକାନାଗିରି ଜିଲ୍ଲା ପଡିଆ ବ୍ଳକ ଅନ୍ତର୍ଗତ ନନ୍ଦାଗୁଡା ଗ୍ରାମରେ ଜଣେ ବ୍ୟକ୍ତିଙ୍କ ଗଳାକାଟି ହତ୍ଯା କରିବା ସହ ପ୍ରମାଣ ନଷ୍ଟ କରିବା ପାଇଁ ମୁଣ୍ଡକୁ ପୋଡ଼ିଦେଇ ବଳକା ଶରୀରକୁ ଶାବେରୀ ନଦୀ କୂଳରେ ପୋତି ଦେଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ଶୁକ୍ରବାର ବିଳମ୍ବିତ ରାତିରେ ନନ୍ଦାଗୁଡା ଗ୍ରାମର କିଛି ଲୋକ ସେହି ଗ୍ରାମର କାରାମ କାନା ଙ୍କୁ ଘରୁ ଡାକିଆଣି ଘର ସମ୍ମୁଖରେ ଏକ ଦାଆ ସାହାଯ୍ୟରେ ଗଳା କାଟି ହତ୍ୟା କରିଥିଲେ। ଏହାପରେ ପ୍ରମାଣ ନଷ୍ଟ ପାଇଁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଘର ଠାରୁ ବୋହି ୨ କିମି ଦୂରରେ ଥିବା ଶାବେରୀ ନଦୀ କୂଳରେ ମୁଣ୍ଡକୁ ଶରୀରରୁ ଅଲଗା କରି ପୋଡିଦେଇଥିବା ବେଳେ ବଳକା ଶରୀରକୁ ନଦୀ କୂଳରେ ଥିବା ବାଲିପଠା ରେ ପୋତି ଦେଇଥିଲେ।

ଆଜି ସକାଳେ ମୃତକର ସ୍ତ୍ରୀ କାରାମ ଭିମେ ପଡିଆ ଥାନାରେ ଆସି ଲିଖିତ ଅଭିଯୋଗ କରିବା ପରେ ପଡିଆ ଥାନା ଆଇଆଇସି ରଞ୍ଜନ କୁମାର ମାଝୀ, ଏସଆଇ ଚନ୍ଦ୍ରକାନ୍ତ ତାଣ୍ଡି ଘଟଣାସ୍ଥଳରେ ପହଞ୍ଚି ପଚରାଉଚୁରା କରିବା ସହ ମୃତ ଶରୀର ପୋତାଯାଇଥିବା ସ୍ଥାନ ଚିହ୍ନଟ କରିଥିଲା। ଏଥିସହ କୋରାପୁଟରୁ ସାଇଣ୍ଟିଫିକ୍ ଟିମ୍ ଆସିବା ପରେ ଏକଜୁକେଟିଭ ମାଜିଷ୍ଟ୍ରେଟ ତଥା ମୋଟୁ ତହସିଲଦାର ଶଶାଙ୍କ ମିଶ୍ରଙ୍କ ଉପସ୍ଥିତିରେ ମୃତଦେହକୁ ଗଭୀର ବାଲିରୁ ଉଦ୍ଧାର କରାଯାଇଥିବା ଜଣାପଡିଛି । ଏହି ହତ୍ୟାକାଣ୍ଡରେ ସମ୍ପୃକ୍ତି ଥିବା ସନ୍ଦେହକରି ଗ୍ରାମର କିଛି ଲୋକଙ୍କୁ ଥାନାକୁ ନେଇ ପଚରାଉଚୁରା କରାଯାଉଥିବା ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking