29.4 C
Bhubaneswar
Saturday, May 4, 2024
Homeଅପରାଧପ୍ରେମପାଇଁ ହତ୍ୟା ଘଟଣା: ଝିଅର ବାପା ସହ ୭ କୋର୍ଟ ଚାଲାଣ

ପ୍ରେମପାଇଁ ହତ୍ୟା ଘଟଣା: ଝିଅର ବାପା ସହ ୭ କୋର୍ଟ ଚାଲାଣ

ବାଲିଗୁଡା : ପ୍ରେମ କରିବା ମହଙ୍ଗା ପଡିଲା । ସମ୍ମାନ ପାଇଁ ହତ୍ୟା କଲେ ପ୍ରେମିକକୁ । ଏଭଳି ଚାଞ୍ଚଲ୍ୟକର ଘଟଣା ସାମନାକୁ ଆସିଛି । ଏହି ମାମଲାରେ ବାଲିଗୁଡା ପୋଲିସ ୧୩ ଜଣଙ୍କୁ ଅଟକରଖି ପଚରା ଉଚରା କରୁଥିଲା । ସେଥି ମଧ୍ୟରୁ ଆଜି ୭ ଜଣକୁ କୋର୍ଟ ଚାଲାଣ କରାଯାଇଛି । ଅନ୍ୟ ୬ ଜଣକୁ ପଚରା ଉଚରା ପାଇଁ ରଖାଯାଇଥିବା ଥାନା ଅଧିକାରୀ କହିଛନ୍ତି । କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅନ୍ତର୍ଗତ ଲଣ୍ଡାଗାଁ ପଞ୍ଚାୟତ ଫଟକିମାଲ ଗ୍ରାମ ତଲିପଡା ବସ୍ତିର ଜଣେ ଯୁବତୀଙ୍କୁ ବୌଦ୍ଧ ଜିଲ୍ଲା ଘଣ୍ଟାପଡ଼ା ଗ୍ରାମର ଶୁକଦେବ ରଣା ନାମକ ଜଣେ ଯୁବକ ଭଲ ପାଉଥିଲେ । ଯୁବତୀ ଜଣକ କଲେଜ ପଢୁଥିବା ସମୟରେ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା କିନ୍ତୁ ଶେଷରେ ପ୍ରେମ ପାଇଁ ଜୀବନ ଚାଲିଗଲା ଯୁବକ ଶୁକଦେବଙ୍କର ।

ଅଗଷ୍ଟ ୨୬ ତାରିଖ ଦିନ ଶୁକଦେବ ଯୁବତୀଙ୍କୁ ଭେଟିବା ପାଇଁ ତଳିପଡ଼ା ଆସିଥିଲେ । ଏତିକିବେଳ ଝିଅର ବାପା ଶୁକଦେବଙ୍କୁ ଝିଅ ସହ କଥା ହେବା ଜାଣି ପାରିଥିଲେ । ସାହି ପଡିଶାକୁ ଖବର ଦେଇ ଶୁକଦେବଙ୍କୁ ଟାଣି ଆଣି ପିଟାପିଟି କରିଥିଲେ । ଘଟଣା ସ୍ଥଳରେ ଶୁକଦେବଙ୍କ ଜୀବନ ଚାଲି ଯାଇଥିଲା । ଏକ ଜରି ବସ୍ତାରେ ବାନ୍ଧି ଶୁକଦେବଙ୍କୁ ଜଙ୍ଗଲରେ ଫିଙ୍ଗି ଦେଇଥିଲେ । ଶୁକଦେବ ପରିବାର ଥାନାରେ ଏକ ନିଖୋଜ ମାମାଲା ଦେଇଥିଲେ । ପୁଲିସ ତଦନ୍ତ ବେଳେ ଶୁକଦେବଙ୍କ ହତ୍ୟା ସୁରାକ ପାଇଥିଲା । ଏହା ପରେ ଜଙ୍ଗଲରୁ ଶୁକଦେବଙ୍କ ଗଳିତ ଶବ ଉଦ୍ଧାର କରି ପୁଲିସ ଅଧିକ ତଦନ୍ତ ଜାରି ରଖିଥିଲା । ବୁଧବାର ଉକ୍ତ ହତ୍ୟାରେ ସମ୍ପୃକ୍ତ ଝିଅର ବାପା ଦୁଃଶାସନ ମଲିକ ସମେତ ଗିରିଶ ଚନ୍ଦ୍ର ମଲ୍ଲିକ, ନୀଳବନ୍ତ ମଲ୍ଲିକ, ଉତ୍ତମ ମଲ୍ଲିକ, ଯୋଗେନ୍ଦ୍ର ମଲ୍ଲିକ, କବିରାଜ ଠେଲା ଓ ସୁଦିପ ସେଠିଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସମସ୍ତଙ୍କ ଘର ପଟୁକିପାଲି ତଳପଡା ଗ୍ରାମର ବୋଲି ପୁଲିସ ପ୍ରକାଶ କରିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking