28.1 C
Bhubaneswar
Thursday, June 5, 2025
Homeଓଡିଶାବ୍ୟକ୍ତିଗତ ଶତ୍ରୁତାରୁ ନବ ଦାସଙ୍କୁ ହତ୍ୟା: ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ ଦୋଷୀ ସାବ୍ୟସ୍ତ କଲା କ୍ରାଇମବ୍ରାଞ୍ଚ

ବ୍ୟକ୍ତିଗତ ଶତ୍ରୁତାରୁ ନବ ଦାସଙ୍କୁ ହତ୍ୟା: ଅଭିଯୁକ୍ତ ଗୋପାଳକୃଷ୍ଣ ଦାସକୁ ଦୋଷୀ ସାବ୍ୟସ୍ତ କଲା କ୍ରାଇମବ୍ରାଞ୍ଚ

ଝାରସୁଗୁଡ଼ା: ବହୁଚର୍ଚ୍ଚିତ ନବ ଦାସ ହତ୍ୟା ମାମଲାରେ ଜେଏମଏଫସି କୋର୍ଟରେ କ୍ରାଇମବ୍ରାଞ୍ଚ ପ୍ରିଲିମନାରି ଚାର୍ଜସିଟ ଦାଖଲ କରିଥିବା ଜଣାଯାଇଛି। ଏହା ୫୪୩ ପୃଷ୍ଠା ସମ୍ବଳିତ ବୋଲି ଜଣାଯାଇଛି। ଏଥିରେ ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ସେ ପୂର୍ବର ବ୍ୟକ୍ତିଗତ ଶତ୍ରୁତା କାରଣରୁ ନବ ଦାସଙ୍କୁ ହତ୍ୟା କରିଥିବା ଦର୍ଶାଯାଇଥିବା ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଛି।

ଅଭିଯୁକ୍ତ ଗୋପାଳକୃଷ୍ଣ ଦାସ ବିରୁଦ୍ଧରେ ଚାର୍ଜ ଫ୍ରମ୍ କରାଯାଇଛି। ତେବେ କ୍ରାଇମବ୍ରାଞ୍ଚ କେବେ ଏହି ମାମଲାର ପୂର୍ଣ୍ଣାଙ୍ଗ ଚାର୍ଜସିଟ୍ ଦାଖଲ କରିବ ସେନେଇ କୌଣସି ସ୍ପଷ୍ଟ ସୂଚନା ନାହିଁ। ଆଜି ମାମଲାର ତଦନ୍ତକାରୀ ଅଧିକାରୀ ଡିଏସପି ରମେଶ ଦୋରା ପହଞ୍ଚି ଜେଏମଏଫସିଙ୍କ ନିକଟରେ ଚାର୍ଜସିଟ ଦାଖଲ କରିଛନ୍ତି। ସେହି ସମୟରେ ସଦର ଏସଡିପିଓ ନିର୍ମଳ ମହାପାତ୍ର ମଧ୍ୟ ଉପସ୍ଥିତ ଥିବାର ସୂଚନା ରହିଛି। ଆଜି ଡିଏସପି ରମେଶ ଦୋରାଙ୍କ ନେତୃତ୍ବରେ ୩ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ କୋର୍ଟରେ ପହଞ୍ଚିଥିଲେ।

ସୂଚନାଯୋଗ୍ୟ, ଗତ ଜାନୁଆରି ୨୯ ତାରିଖରେ ତତ୍କାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା। ଅଭିଯୁକ୍ତ ଗୋପାଳକୁ ଘଟଣାସ୍ଥଳରୁ ପିସ୍ତଲ ସହ ପୁଲିସ ଗିରଫ କରିବାରେ ସକ୍ଷମ ହୋଇଥିଲା । ଗୋପାଳର ଗୁଜରାଟ ଗାନ୍ଧୀନଗର ସ୍ଥିତ ଫରେନସିକ୍ ଲ୍ୟାବରେ ପଲିଗ୍ରାଫ୍ ଓ ନାର୍କୋ ଟେଷ୍ଟ କରାଯାଇଥିଲା । ଦିଲ୍ଲୀ ଫରେନସିକ୍ ଲ୍ୟାବ୍ର ବିଶେଷଜ୍ଞଙ୍କ ଦ୍ୱାରା ଝାରସୁଗୁଡ଼ାରେ ଗୋପଳର ହୋଇଥିବା ଏଲ୍ଭିଏ ଟେଷ୍ଟର ମଧ୍ୟ ତର୍ଜମା କରାଯାଇଥିଲା । ଏସସିବି ମାନସିକ ଚିକିତ୍ସା ପ୍ରତିଷ୍ଠାନର ୫ ଜଣିଆ ବିଶେଷଜ୍ଞ ଟିମର ଯାଞ୍ଚ ସହ ନିମହାନ୍ସ ବିଶେଷଜ୍ଞ ଦଳ ମଧ୍ୟ ମାନସିକ ସ୍ଥିତିର ପରୀକ୍ଷା କରିଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking