32.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ

ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର : ବିଶିଷ୍ଟ ଓଡ଼ିଆ ସଙ୍ଗୀତ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ପରଲୋକ ହୋଇଛି। ରାତି ୧୨ଟା ୩୦ରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ଶାନ୍ତନୁଙ୍କ ପରଲୋକ ନେଇ ପୁଅ କୌଶିକ ମହାପାତ୍ର ସୂଚନା ଦେଇଛନ୍ତି। ନିମୋନିଆରେ ପୀଡ଼ିତ ହୋଇ ସେ ଚିକିତ୍ସାଧୀନ ଥିଲେ।

ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ଶାନ୍ତନୁ ମହାପାତ୍ର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ‘ସୂର୍ଯ୍ୟମୁଖୀ’, ‘ଅରୁନ୍ଧତୀ’, ‘ଚିଲିକା ତୀରେ’, ‘ଡୋରା’ ଫିଲ୍ମର ସେ ସଙ୍ଗୀତ ନିର୍ଦ୍ଦେଶକ ଥିଲେ। ୧୯୩୬ ମସିହାରେ ବାରିପଦାରେ ଜନ୍ମଗ୍ରହଣ କରିଥିଲେ ଶାନ୍ତନୁ। ସଂଗୀତ ଗୁରୁ ବାଞ୍ଛାନିଧି ପଣ୍ଡାଙ୍କ ନିକଟରୁ ସଙ୍ଗୀତ ଶିକ୍ଷା କରିଥିଲେ । ସେ ଜଣେ ଗାୟକ ଏବଂ ସଂଗୀତ ନିର୍ଦ୍ଦେଶକ ଭାବେ ନିଜର ପ୍ରତିଭା ଦେଖାଇଥିଲେ। ସେ ଓଡ଼ିଆ ଭାଷା ବ୍ୟତୀତ ବଙ୍ଗାଳୀ ଏବଂ ହିନ୍ଦୀ ଭାଷାରେ ମଧ୍ୟ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ସଙ୍ଗୀତ ପାଇଁ ସେ ଜାତୀୟ ଏବଂ ରାଜ୍ୟସ୍ତରରେ ମଧ୍ୟ ପୁରସ୍କୃତ ହୋଇଥିଲେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking