28.1 C
Bhubaneswar
Monday, March 30, 2026
Homeଓଡିଶାମୋର ସଫଳତା ଏହି ଗୃହ ପାଇଁ: ରାଷ୍ଟ୍ରପତି

ମୋର ସଫଳତା ଏହି ଗୃହ ପାଇଁ: ରାଷ୍ଟ୍ରପତି

ଭୁବନେଶ୍ୱର: ଓଡିଶା ବିଧାନସଭା ପାଇଁ ଐତିହାସିକ ମୁହୂର୍ତ୍ତ । ଗୃହକୁ ସମ୍ବୋଧିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସମ୍ବୋଧିତ କରି କହିଛନ୍ତି, “ଆପଣଙ୍କ ଗହଣରେ ଉପସ୍ଥିତ ରହି ବହୁତ ଆନନ୍ଦିତ । ପୂର୍ବରୁ ଅନେକ ରାଜ୍ୟର ବିଧାନସଭାକୁ ସମ୍ବୋଧିତ କରିଛି । କିନ୍ତୁ ଓଡିଶା ବିଧାନସଭାକୁ ସମ୍ବୋଧିତ କରିବା ନିଶ୍ଚିତ ନିଆରା । ଆଜି ମୁଁ ଯେଉଁଠି ଅଛି ତାହାର ଶ୍ରେୟ ଏହି ଗୃହର । ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ନଥିଲେ ଏଠି ପହଞ୍ଚି ପାରିନଥାନ୍ତି । ଏହି ଗୃହରେ ବିଧାୟିକା ଭାବେ ପ୍ରଶ୍ନ ପଚାରିଛି । ଏହି ଗୃହରେ ମନ୍ତ୍ରୀ ଭାବେ ପ୍ରଶ୍ନର ଉତ୍ତର ଦେଇଛି । ଗ୍ୟାଲେରୀରେ ବସିଥିବା କିଛି ପୂର୍ବତନ ବିଧାୟକଙ୍କ ସହ କାମ କରିଛି । ଆଜି ମୁଁ ସେମାନଙ୍କୁ ପାଖରେ ପାଇ ଆବିଭୂତ । ଏହି କଳିଙ୍ଗ ଚଣ୍ଡାଶୋକ ଅଶୋକଙ୍କୁ ଧର୍ମାଶୋକ କରିଛି । ଐତିହାସିକ ନୌବାଣିଜ୍ୟ, ଇଂରେଜ ବିରୋଧୀ ଲଢେଇରୁ ଶିକ୍ଷା ମିଳିଛି । ମହତାବ, ବିଜୁ ପଟ୍ଟନାୟକଙ୍କ ସମେତ ବହୁ ନିର୍ମାତାଙ୍କୁ ମନେପକାଇଲେ ।”

ସେ ଆହିରୁ କହିଛନ୍ତି, “ଓଡିଶା ବିଧାନସଭାରେ ନାରୀଙ୍କ ପ୍ରତିନିଧିତ୍ୱ ବଢିଛି । ଆଜି ବିଧାନସଭାକୁ ଜଣେ ମହିଳା ବାଚସ୍ପତି ଚଳାଉଛନ୍ତି । ଓଡିଶା ସବୁ ପ୍ରକାର ସମ୍ବଳରେ ପରିପୂର୍ଣ୍ଣ । ତେଣୁ ଓଡିଶାକୁ ଏକ ଅଗ୍ରଣୀ ପ୍ରଦେଶରେ ପରିଣତ କରାଯାଇ ପାରିବ । ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ କରିବାର ଆବଶ୍ୟକତା ରହିଛି । ଓଡିଶାର ପ୍ରଗତିକୁ ଜୀବନର ବ୍ରତ ଭାବେ ଗ୍ରହଣ କରନ୍ତୁ । ଭାରତର ପ୍ରଗତି ଦ୍ରୁତ ଗତିରେ ଅଗ୍ରସର ହେଉଛି । ଏହା ବିକଶିତ ଭାରତର ପରିକଳ୍ପନା ପାଇଁ ସମ୍ଭବ । ପ୍ରଜାମାନେ ଅନେକ ସ୍ୱପ୍ନ ନେଇ ଆପଣଙ୍କୁ ପଠାଇଛନ୍ତି । ସେମାନଙ୍କ ମୁହଁରେ ହସ ଫୁଟାଇବା ଆପଣଙ୍କ କର୍ତ୍ତବ୍ୟ । ଗୃହରେ ଆପଣଙ୍କ ଉଚ୍ଚାରଣ ଓ ଆଚରଣ ଭଲ ରହିବା ଉଚିତ୍ । କାରଣ ଆଜିର ଟେକ୍ନୋଲୋଜି ଜରିଆରେ ତାହା ସମସ୍ତେ ଦେଖୁଛନ୍ତି ।”

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking