ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲା ଭୋଗରାଇ ବିଚିତ୍ରପୁରରୁ ୫ଟି ଓରାଂଉଟାନ୍ ଶାବକ ଉଦ୍ଧାର ଘଟଣା । ଏହାର ଖୁବ୍ ବିସ୍ତୃତ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଘଟଣାକୁ ନେଇ ଗଭୀର ଉଦବେଗ ପ୍ରକାଶ କରିବା ସହ, ଏହି ପ୍ରାଣୀମାନେ କେଉଁ ପରିସ୍ଥିତିରେ ଓଡ଼ିଶାରେ ପହଞ୍ଚିଲେ, ସେ ସମ୍ପର୍କରେ ସବିଶେଷ ତଦନ୍ତ କରିବାକୁ ସମ୍ପୃକ୍ତ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ପଛରେ କଣ ପୃଷ୍ଠଭୂମି ରହିଛି, ତାକୁ ସ୍ପଷ୍ଟ କରିବା ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।










