26.1 C
Bhubaneswar
Friday, March 29, 2024
Homeଗଣେଶ ପୂଜାଗଣେଶ ପୂଜା ପାଳନ ପଛର ପୌରାଣିକ କଥା

ଗଣେଶ ପୂଜା ପାଳନ ପଛର ପୌରାଣିକ କଥା

ଭୁବନେଶ୍ୱର : ଶିବ ପୁରାଣ ଅନୁଯାୟୀ ଦେବୀ ପାର୍ବତୀ ନିଜଦେହରୁ ନିର୍ଗତ ମଇଳାରୁ ଏକ ମୂର୍ତ୍ତି ଗଠନ କଲେ ଏବଂ ତାକୁ ଜୀବନ ଦାନ ଦେଲେ। ପାର୍ବତୀ ଏହାଙ୍କୁ ଦ୍ୱାର ଜଗାଇ ଏବଂ ଭିତରକୁ କାହାକୁ ପ୍ରବେଶ ନ କରେଇବା ପାଇ ଆଦେଶ ଦେଇ ସ୍ନାନ କରିବାକୁ ଗଲେ । ଠିକ ସେହି ସମୟରେ ମହାଦେବ ଘରକୁ ଫେରି ଭିତରକୁ ପ୍ରବେଶ କରନ୍ତେ, ବାଳକ ଗଣେଶ ଆପଣା ପିତାଙ୍କୁ ଚିହ୍ନି ନ ପାରି ବାଟ ଛାଡ଼ିଲେ ନାହିଁ । ମହାଦେବ ଯେତେ ବୁଝାଇବାକୁ ଚେଷ୍ଟା କରି ବିଫଳ ହେବା ପରେ କ୍ରୋଧ ଜର୍ଜରିତ ହୋଇ ଶିର ଚ୍ଛେଦନ କଲେ । ପରେ ପାର୍ବତୀଙ୍କ ନିକଟରୁ ଏହାଙ୍କର ପରିଚୟ ପାଇ ଫେରି ଆସି ଦେଖିଲା ବେଳକୁ ମୁଣ୍ଡହୀନ ଗଣ୍ଡିଟି ପଡ଼ିଅଛି । ମହାଦେବ ମୁଣ୍ଡ ଖୋଜି ନ ପାଇ ଉତ୍ତରଦିଗକୁ ମୁଣ୍ଡକରି ଶୋଇଥିବା ଗୋଟିଏ ହାତୀର ମୁଣ୍ଡକୁ କାଟି ଆଣି ଏହାଙ୍କ ଗଣ୍ଡିରେ ଯୋଡ଼ି ଜୀବନ ଦାନ କଲେ । ଏ ମହାଦେବଙ୍କ ପ୍ରମଥ ଗଣର ସେନାପତି। ପୌରାଣିକ ମତେ ଗଣେଶ ବ୍ୟାସୋକ୍ତ ମହାଭାରତର ଲେଖକ। ଭାଦ୍ରବ ମାସ ଶୁକ୍ଳ ପକ୍ଷ ଚତୁର୍ଥୀ ଦିନ ଗଣେଶଙ୍କର ସ୍ୱତନ୍ତ୍ର ପୂଜା ହୁଏ । ରକ୍ତ ଚନ୍ଦ୍ର, ରକ୍ତ ପୁଷ୍ପରେ ଏହାଙ୍କୁ ପୂଜା କରାଯାଏ । ଏହାଙ୍କର ଗଜମସ୍ତକ, ଏକଦନ୍ତ, ଥନ୍ତଲ ପେଟ ଓ ସାପ ପଇତା । ଏହାଙ୍କର ବାହନ ମୂଷା । ଗଣେଶ ଚତୁର୍ଥୀ, ବିକ୍ରମ ସଂବତର ଭାଦ୍ରବ ଶୁକ୍ଳ ଚତୁର୍ଥୀରେ ପାଳନ କରାଯାଏ । ଏହି ଶୁଭଦିନକୁ ହିନ୍ଦୁଧର୍ମରେ ଗଣେଶଙ୍କ ଜନ୍ମ ଦିନ ଭାବେ ପାଳନ କରାଯାଏ । ଏହି ପର୍ବ ଦଶଦିନ ଧରି ଚାଲେ ଓ ଅନନ୍ତ ଚତୁର୍ଦ୍ଦଶୀରେ ସମାପ୍ତ ହେଇଥାଏ ।

ଗଣେଶ ଆଦିଦେବ ଭାବରେ ପରିଚିତ।ସେ ସବୁଯୁଗରେ ଅବତାର ନେଇଥିବାର କୁହାଯାଏ। ସତ୍ୟ ଯୁଗରେ ଋଷି କଶ୍ୟପ ଓ ଅଦିତିଙ୍କ ଘରେ ମହଙ୍କତ ବିନାୟକ ରୂପରେ ଜନ୍ମ ନେଇ ଦେବାନ୍ତକ ଓ ନରାନ୍ତକ ନାମକ ରାକ୍ଷସଙ୍କୁ ବଧ କରିଥିଲେ।
ତ୍ରେତୟା ଯୁଗରେ ଭାଦ୍ରବ ଶୁକ୍ଳପକ୍ଷ ଚତୁର୍ଥୀରେ ଉମାଙ୍କ ଘରେ ଜନ୍ମି,ଗଣେଶ ରୂପରେ ଜନ୍ମିସିନ୍ଧୁ ନାମକ ରାକ୍ଷସକୁ ବଧ କରିବା ସହ ବ୍ରହ୍ମାଙ୍କ ପୁତ୍ରି ଦ୍ୱୟ ରିଦ୍ଧି ଓ ସିଦ୍ଧିଙ୍କୁ ବିବାହ କରିଥିବାର ପୁରାଣରେ ବର୍ଣ୍ଣିତ।
ଦ୍ୱାପର ଯୁଗରେ ଗଣେଶ ରୂପରେ ପାର୍ବତୀଙ୍କ ପୁତ୍ର ଭାବରେ ପୁରାଣରେ ବର୍ଣ୍ଣିତ।
କଳି ଯୁଗରେ ଭବିଷ୍ୟ ପୁରାଣ ଅନୁସାରେ ଧୁମ୍ରକେତୁ ରୂପରେ ଅବତାର କଥାବର୍ଣ୍ଣିତ ଅଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking