29.1 C
Bhubaneswar
Monday, October 26, 2026
Homeଓଡିଶାବାତ୍ୟା ମୁକାବିଲା ପାଇଁ ସଜାଗ ନବରଙ୍ଗପୁର ପ୍ରଶାସନ

ବାତ୍ୟା ମୁକାବିଲା ପାଇଁ ସଜାଗ ନବରଙ୍ଗପୁର ପ୍ରଶାସନ

ନବରଙ୍ଗପୁର: ସମ୍ଭାବ୍ୟ ବାତ୍ୟାକୁ ନେଇ ସଜାଗ ହୋଇଛି ନବରଙ୍ଗପୁର ଜିଲ୍ଲା ପ୍ରଶାସନ । ବାତ୍ୟାର ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଜିଲ୍ଲାରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ବ୍ଲକ୍ ସ୍ତରୀୟ ଅଧିକାରୀମାନେ ବିଭିନ୍ନ ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି।ବିଶେଷକରି ସମ୍ଭାବ୍ୟ ପ୍ରଭାବିତ ଅଞ୍ଚଳ ଓ ସମ୍ବେଦନଶୀଳ ସ୍ଥାନଗୁଡ଼ିକ ଉପରେ କଡ଼ା ନଜର ରଖାଯାଇଛି। ବିଡିଓ ଓ ତହସିଲଦାରମାନେ ବିଭିନ୍ନ ସ୍ଥାନକୁ ଯାଇ ପ୍ରତିକାରମୂଳକ ବ୍ୟବସ୍ଥାର ଯାଞ୍ଚ କରୁଛନ୍ତି। ଏଥିସହ ଗାଁ ଗାଁ ବୁଲି ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶାବଳୀ ପାଳନ କରିବାକୁ ସଚେତନ କରାଯାଉଛି।ଅନ୍ୟପଟେ ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ଓ ଉଦ୍ଧାର କାର୍ଯ୍ୟ ପାଇଁ ଅଗ୍ନିଶମ ବାହିନୀକୁ ପ୍ରସ୍ତୁତ ରଖାଯାଇଛି। ଉଦ୍ଧାର କାର୍ଯ୍ୟରେ ବ୍ୟବହୃତ ସମସ୍ତ ଯନ୍ତ୍ରପାତିର ମରାମତି ଓ ଯାଞ୍ଚ ଶେଷ ହୋଇଛି। ସେହିପରି ବିଭିନ୍ନ ବିଭାଗ ମଧ୍ୟରେ ସମନ୍ୱୟ ରଖି ବାତ୍ୟା ମୁକାବିଲା ପାଇଁ ଜିଲ୍ଲାସ୍ତରରେ ନିୟମିତ ବୈଠକ କରାଯାଇ ପ୍ରସ୍ତୁତିର ସମୀକ୍ଷା କରାଯାଉଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking