ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ତିନି ଲକ୍ଷ ଟଙ୍କା ଅନୁକମ୍ପା ସହାୟତା ଘୋଷଣା
ଆହତଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ନିର୍ଦ୍ଦେଶ
ଭୁବନେଶ୍ୱର: ଆଜି ଭୋର୍ ସମୟରେ ନବରଙ୍ଗପୁର ଜିଲ୍ଲା ଝରିଗାଁ ଉମରକୋଟ ରାସ୍ତାରେ ସଡକ ଦୁର୍ଘଟଣାରେ ୩ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି । ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ଏହି ଦୁର୍ଘଟଣାରେ ଆହତଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।