24.1 C
Bhubaneswar
Saturday, March 28, 2026
Homeଓଡିଶାଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ

ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ

ପୁରୀ : ଶ୍ରୀମନ୍ଦିରରେ ଆଜି ପାଳିତ ହେବ ନନ୍ଦୋତ୍ସବ ନୀତି। ସନ୍ଧ୍ୟା ଆଳତି ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ।

ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇବେ। ଦୋଳିରେ ବସିଥିବା ରାମକୃଷ୍ଣ ଓ ମଦନମୋହନଙ୍କୁ ଓହ୍ଲାଇ ଖଟ ଉପରେ ବିଜେ କରାଇବେ। ଭିତରଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ। ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking