27.1 C
Bhubaneswar
Saturday, December 13, 2025
Homeଓଡିଶାଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ

ଆଜି ଶ୍ରୀମନ୍ଦିରରେ ପାଳିତ ହେବ ନନ୍ଦୋତ୍ସବ

ପୁରୀ : ଶ୍ରୀମନ୍ଦିରରେ ଆଜି ପାଳିତ ହେବ ନନ୍ଦୋତ୍ସବ ନୀତି। ସନ୍ଧ୍ୟା ଆଳତି ସରିବା ପରେ ମହାଜନ ସେବାୟତମାନେ ରାମକୃଷ୍ଣ ଓ ଦକ୍ଷିଣ ଘରୁ ମଦନମୋହନଙ୍କୁ ଜଗମୋହନ ଦୋଳିରେ ବିଜେ କରାଇବେ।

ମଇଲମ ଓ ଅନ୍ୟାନ୍ୟ ନୀତି ସରିବା ପରେ ପ୍ରଭୁ ଶ୍ରୀଜଗନ୍ନାଥ ଓ ଦେବୀ ସୁଭଦ୍ରାଙ୍କ ନିକଟରେ ଷଠି ଓ ମାର୍କଣ୍ଡି ପୂଜା ହେବ। ମଙ୍ଗଳାର୍ପଣ ଓ ବନ୍ଦାପନା ନୀତି ପରେ ଭଣ୍ଡାର ଘରୁ ଦେବୀ ଦୁର୍ଗାଙ୍କୁ ପତିମହାପାତ୍ର ବିଜେ କରାଇବେ। ଦୋଳିରେ ବସିଥିବା ରାମକୃଷ୍ଣ ଓ ମଦନମୋହନଙ୍କୁ ଓହ୍ଲାଇ ଖଟ ଉପରେ ବିଜେ କରାଇବେ। ଭିତରଛ ମହାପାତ୍ର ନନ୍ଦରାଜା ରୂପରେ ଶ୍ରୀନହରକୁ ଯାଇ ଫେରିବା ପରେ ସ୍ନାନମଣ୍ଡପ ଉପରେ ବସିବେ। ଭରତିଆ ଗୌଡ଼ ପୁତ୍ର ଜନ୍ମ ହେବା ଖବର ନନ୍ଦରାଜାଙ୍କୁ ଦେବାର ପରମ୍ପରା ରହିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking