35.1 C
Bhubaneswar
Tuesday, May 26, 2026
Homeଓଡିଶାମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର: ଆଜି ଲୋକସେବା ଭାବନ ଠାରେ ଜାତୀୟ ମହିଳା କମିଶନ ଅଧ୍ୟକ୍ଷା ଶ୍ରୀମତୀ ବିଜୟା ରାହତକର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟ ମୂଳକ ସାକ୍ଷାତ କରିଛନ୍ତି । ସୂଚନା ଯୋଗ୍ୟ ଯେ ରାଜ୍ୟ ମହିଳା କମିଶନ ର ପ୍ରତିଷ୍ଠା ଦିବସ ଅବସରରେ ଶ୍ରୀମତୀ ରାହତକର ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ ବର୍ତ୍ତମାନ ପରିସ୍ଥିତିରେ ସମାଜରେ ଅଧିକ ମାତ୍ରାରେ ହେଉଥିବା ବିବାହ ବିଛେଦକୁ ରୋକିବା ଉଦ୍ଦେଶ୍ୟରେ ରାଜ୍ୟରେ ପ୍ରାକ ବିବାହ ପରାମର୍ଶ କେନ୍ଦ୍ର (Pre-Marital Counselling Centre) ଖୋଲାଯିବା ପାଇଁ ଅଧ୍ୟକ୍ଷା କହିଥିଲେ । ମୁଖ୍ୟମନ୍ତ୍ରୀ ଏହା ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ହୋଇଥିବାରୁ ଏଥିରେ ସହମତି ପ୍ରଦାନ କରି କହିଥିଲେ, ପରାମର୍ଶ କେନ୍ଦ୍ର ମାଧ୍ୟମରେ ବିବାହ ପୂର୍ବରୁ ସାଂସାରିକ ଜୀବନ ସମ୍ବନ୍ଧରେ ଉପଯୁକ୍ତ ପରାମର୍ଶ ମିଳିଲେ ଏହି ହାର ନିଶ୍ଚୟ କମିବ ଏବଂ ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି କହିଥିଲେ ।

ଏଥି ସହିତ ମହିଳାଙ୍କ ପାଇଁ ସ୍ୱତନ୍ତ୍ର ଗ୍ରାମ ସଭା, ବାଲ୍ୟ ବିବାହ ଏବଂ ମହିଳା ହିଂସାକୁ ରୋକିବା, କାର୍ଯ୍ୟକ୍ଷେତ୍ରରେ ମହିଳାଙ୍କ ଉପରେ ହେଉଥିବା ଯୌନ ନିର୍ଯ୍ୟାତନା ଉପରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସମ୍ପର୍କରେ ଆଲୋଚନା ହୋଇଥିଲା । ମହିଳା କଲ୍ୟାଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ସର୍ବବୃହତ ଯୋଜନା ସୁଭଦ୍ରା ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ଠାରୁ ଅବଗତ ହୋଇ ଅଧ୍ୟକ୍ଷା ଖୁସି ବ୍ୟକ୍ତ କରିଥିଲେ । ଏଥି ସହିତ ଓଡିଶାରେ ମହିଳା ଉଦ୍ୟୋଗୀ ଓ ମହିଳା ଚାଷୀଙ୍କ ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପକୁ ପ୍ରଶଂସା କରିଥିଲେ । ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ନିକୁଞ୍ଜ ବିହାରୀ ଧଳ, ମହିଳା ଓ ଶିଶୁ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀମତୀ ଶୁଭା ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking