32.1 C
Bhubaneswar
Thursday, September 17, 2026
Homeଦେଶ ବିଦେଶମୋଦୀଙ୍କ ଜନ୍ମଦିନରେ ରାହୁଲ-ଖଡ଼ଗେଙ୍କ ସମେତ ନବୀନ ମଧ୍ୟ ଜଣାଇଲେ ଶୁଭକାମନା

ମୋଦୀଙ୍କ ଜନ୍ମଦିନରେ ରାହୁଲ-ଖଡ଼ଗେଙ୍କ ସମେତ ନବୀନ ମଧ୍ୟ ଜଣାଇଲେ ଶୁଭକାମନା

ନୂଆଦିଲ୍ଲୀ :ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ବିଭିନ୍ନ ରାଜନୈତିକ ଦଳର ନେତାମାନେ ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଲୋକସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସର ଜାତୀୟ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭକାମନା ଜଣାଇବା ସହ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରିଛନ୍ତି ।

ରାହୁଲ ଗାନ୍ଧୀ ‘ଏକ୍ସ’ରେ ପୋଷ୍ଟ କରି ଲେଖିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା । ସେ ମୋଦୀଙ୍କ ଭଲ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଛନ୍ତି । କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଅନେକ ଅନେକ ଶୁଭେଚ୍ଛା । ଈଶ୍ୱର ତାଙ୍କୁ ଉତ୍ତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ପ୍ରଦାନ କରନ୍ତୁ ।ଏନସିପି-ଏସପି ସାଂସଦ ସୁପ୍ରିୟା ସୁଲେ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି । ସେ ଲେଖିଛନ୍ତି, ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା। ଆଗାମୀ ବର୍ଷଟି ତାଙ୍କ ପାଇଁ ସୁସ୍ଥତାପୂର୍ଣ୍ଣ ହେଉ । ବହୁଜନ ସମାଜ ପାର୍ଟି (ବିଏସପି) ସୁପ୍ରିମୋ ମାୟାବତୀ ‘ଏକ୍ସ’ରେ ପୋଷ୍ଟ କରି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ତାଙ୍କ ୭୬ତମ ଜନ୍ମଦିନରେ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ଏଥିସହ ସେ ମୋଦୀଙ୍କ ସୁସ୍ଥ ଜୀବନ କାମନା କରିଛନ୍ତି ।

ଜମ୍ମୁ-କଶ୍ମୀରର ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ କନଫରେନ୍ସ ନେତା ଓମାର ଅବଦୁଲ୍ଲା ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି । ସେ ମୋଦୀଙ୍କ ଭଲ ସ୍ୱାସ୍ଥ୍ୟ ଓ ଦୀର୍ଘ ଜୀବନ କାମନା କରିଛନ୍ତି । ସେହିପରି ଆମ୍ ଆଦମୀ ପାର୍ଟି (ଆପ୍) ମୁଖ୍ୟ ଅରବିନ୍ଦ କେଜ୍ରିୱାଲ ମଧ୍ୟ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ତେବେ ତାଙ୍କ ପୋଷ୍ଟରେ ଦିଲ୍ଲୀର ଭୋଟର ତାଲିକାକୁ ନେଇ ଏକ ରାଜନୈତିକ ଟିପ୍ପଣୀ ମଧ୍ୟ ରହିଛି । କେଜ୍ରିୱାଲ ଭୋଟର ତାଲିକାରେ ବଡ଼ ଧରଣର ଅନିୟମିତତା ହୋଇଥିବା ଅଭିଯୋଗ କରି ଏହାକୁ ନେଇ ମୋଦୀଙ୍କୁ ଟାର୍ଗେଟ କରିଛନ୍ତି ।ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ମଧ୍ୟ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇବା ସହ ତାଙ୍କ ଭଲ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ କାମନା କରିଛନ୍ତି। ଶିବସେନା (ୟୁବିଟି) ନେତ୍ରୀ ପ୍ରିୟଙ୍କା ଚତୁର୍ବେଦୀ ମଧ୍ୟ ମୋଦୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking