ଭୁବନେଶ୍ୱର : ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତରେ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରି ସୋସିଆଲ ମିଡିଆ ପୋଷ୍ଟରେ କହିଛନ୍ତି, ଓଡ଼ିଆ ସଙ୍ଗୀତ ଜଗତର ଅଭୁଲା ସ୍ୱର, ବର୍ଷିୟାନ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ତାଙ୍କ ସୁମଧୁର ଗାୟନ ଶୈଳୀ ଅନେକ ଓଡ଼ିଆ ସଙ୍ଗୀତକୁ ଲୋକଙ୍କ ହୃଦୟରେ କାଳଜୟୀ କରିଛି। ସଙ୍ଗୀତ ଜଗତକୁ ସମୃଦ୍ଧ କରିବାରେ ତାଙ୍କ ଅବଦାନ ଚିର ସ୍ମରଣୀୟ ହୋଇ ରହିବ। ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ମୋର ଗଭୀର ସମବେଦନା ଜଣାଇବା ସହ ଦିବଂଗତ ଅମର ଆତ୍ମାର ସଦଗତି କାମନା କରୁଛି।










