39.1 C
Bhubaneswar
Friday, April 26, 2024
Homeଓଡିଶାସ୍ୱତନ୍ତ୍ର ରାଜ୍ୟ ଦାବି ଉଠାଇବି -ନବୀନ ପଟ୍ଟନାୟକ

ସ୍ୱତନ୍ତ୍ର ରାଜ୍ୟ ଦାବି ଉଠାଇବି -ନବୀନ ପଟ୍ଟନାୟକ

ନୂଆଦିଲ୍ଲୀ: ପୁଣି ଓଡିଶାକୁ ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଉଠାଇବି କହିଲେ ମୁଖ୍ୟମନ୍ତ୍ରୀ ।୩ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜାଦି କା ଅମୃତ ମହୋତ୍ସବ ବୈଠକରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୭୫ତମ ସ୍ୱାଧିନତା ଅବସରରେ ଦେଶରେ ପାଳନ କରାଯାଉଛି ଆଜାଦି କା ଅମୃତ ମହୋତ୍ସବ । ଏହି ପ୍ରସଙ୍ଗରେ ରାଷ୍ଟ୍ରପତି ଭବନରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଅବସରରେ ସ୍ୱାଧୀନତାରେ ଓଡିଶାର ଭୁମିକା କଥା ଉଲ୍ଲେଖ କରିଥିଲେ । ଓଡିଆ ସ୍ୱାଧିନତା ସଂଗ୍ରାମୀଙ୍କ ବୀରତ୍ୱ ଓ ଅବଦାନ ସମ୍ପର୍କରେ କହିଥିଲେ । ଆଜାଦି କା ଅମୃତ ଉତ୍ସବ ପାଇଁ ଓଡିଶାର ଏକ ବ୍ଲୁ ପ୍ରିଣ୍ଟ ଦେଇଥିଲେ ମୁଖ୍ୟମନ୍ତ୍ରୀ । ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ସ୍ୱାଧିନତାରେ ଅବଦାନ କଥା ସମ୍ପର୍କରେ ମଧ୍ୟ ଆଲୋକପାତ କରିଥିଲେ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବସିଥିଲା ଏହି ବୈଠକ । ବୈଠକ ପରେ ମୁଖ୍ୟମନ୍ତ୍ରୀ ଗଣମାଧ୍ୟମକୁ ଏ ସମ୍ପର୍କରେ ସୂଚନା ଦେଇଥିଲେ ।  ଅହିଁସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନ ଦେବା ପାଇଁ ପ୍ରାଧାନମନ୍ତ୍ରୀଙ୍କ ସହ କଥା ହେବେ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ନୀତି ଆୟୋଗର ସପ୍ତମ ଗଭର୍ଣ୍ଣିଂ କାଉନସିଲ ବୈଠକ ଆସନ୍ତାକାଲି ଅନୁଷ୍ଠିତ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ନବୀନ ଫୋକସ ଷ୍ଟେଟର ମାନ୍ୟତା, କୃଷି, ସ୍ବାସ୍ଥ୍ୟ ସହ ରାଜ୍ୟ ସ୍ବାର୍ଥ ସମ୍ବଳିତ ପ୍ରସଙ୍ଗ ଉଠାଇବେ । ସ୍ବତନ୍ତ୍ର ରାଜ୍ୟ ପାହା ବ୍ୟବସ୍ଥା ଉଚ୍ଛେଦ ହୋଇଛି । ତେଣୁ ଓଡ଼ିଶାକୁ ସ୍ବତନ୍ତ୍ର ଫୋକସ ଷ୍ଟେଟ ମାନ୍ୟତା ଦେବାକୁ ଦାବି କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଦୀର୍ଘ ଦୁଇ ଦଶନ୍ଧି ଧରି କେନ୍ଦ୍ର ସରକାରଙ୍କ ପାଖରେ ଏହି ଦାବି କରିଆସୁଛି ଓଡ଼ିଶା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking