30.1 C
Bhubaneswar
Thursday, February 5, 2026
Homeଓଡିଶାରଥଟଣା ବିଳମ୍ବକୁ ନେଇ ଉଦବେଗ ପ୍ରକାଶ କଲେ ନବୀନ

ରଥଟଣା ବିଳମ୍ବକୁ ନେଇ ଉଦବେଗ ପ୍ରକାଶ କଲେ ନବୀନ

ଭୁବନେଶ୍ୱର: ନନ୍ଦିଘୋଷ ରଥ ଟଣାରେ ଅଯଥା ବିଳମ୍ବ ପାଇଁ ପ୍ରଶାସନକୁ ଦୋଷାରୋପ କିମ୍ବା ଅଙ୍ଗୁଳି ନିର୍ଦ୍ଦେଶ କରିବାକୁ ଆମେ ଚାହୁଁନାହୁଁ। କିନ୍ତୁ ଆମ ରାଜ୍ୟର ତଥା କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଏହି ପବିତ୍ର ଉତ୍ସବରେ ଯେଉଁ ଅଘଟଣ ଘଟିଛି। ତାହା ପ୍ରତି ଆମର ଗଭୀର ଚିନ୍ତା ଓ ଦୁଃଖ ପ୍ରକାଶ ନ’କରି ରହି ହେଉନାହିଁ।

ଗତ ବର୍ଷ ଆଡ଼ପ ପହଣ୍ଡି ବିଜେ ସମୟରେ ଭଗବାନ ବଳଭଦ୍ର ପଡ଼ିଯିବା ଘଟଣାକୁ ଏଯାଏଁ ଆମେ କେହି ଭୁଲି ପାରୁନାହୁଁ। ଏହା ଏପରି ଏକ ମୁହୂର୍ତ୍ତ ଥିଲା ଯାହା ଅଗଣିତ ଶ୍ରଦ୍ଧାଳୁଙ୍କୁ ମର୍ମାହତ କରିଥିଲା। ଏବଂ ଏବର୍ଷ, ସମସ୍ତେ ଦେଖିଲେ ନନ୍ଦିଘୋଷ ରଥ ସିଂହଦ୍ୱାର ସାମ୍ନାରେ ସନ୍ଧ୍ୟା ୭:୪୫ ପର୍ଯ୍ୟନ୍ତଅଟକି ରହିଥିଲା ଏବଂ ଦିନ ଶେଷ ହେବା ପୂର୍ବରୁ ମାତ୍ର କିଛି ମିଟର୍ ଗଡ଼େଇ ଦିଆଗଲା। ବିଶ୍ୱର ବିଭିନ୍ନ ପ୍ରାନ୍ତରୁ ଏହି ଅନନ୍ୟ ଉତ୍ସବ ଦେଖିବାକୁ ଆସିଥିବା ଲକ୍ଷ ଲକ୍ଷ ଭକ୍ତଙ୍କୁ ଏହା ସମ୍ପୂର୍ଣ୍ଣ ନିରାଶ ଓ ହତାଶ କରିଛି। ଭିଡ଼ ନିୟନ୍ତ୍ରଣରେ ଅପାରଗତା ହେତୁ ଶହ ଶହ ଭକ୍ତ ଆହତ ହୋଇଛନ୍ତି। ଆମେ କେବଳ ଏତିକି ପ୍ରାର୍ଥନା କରିପାରିବା  “ରଥଯାତ୍ରାର ଏହି ଦିବ୍ୟ ଉତ୍ସବରେ ହୋଇଥିବା ଭୟଙ୍କର ବିଭ୍ରାଟ ତଥା ବିଶୃଙ୍ଖଳା ପାଇଁ ଦାୟୀ ସମସ୍ତଙ୍କୁ ମହାପ୍ରଭୁ ଶ୍ରୀଜଗନ୍ନାଥ କ୍ଷମା କରନ୍ତୁ। ମୁଁ ଆଶା କରିବି ଏହି ଘଟଣା ସରକାରରେ ଥିବା ସମସ୍ତଙ୍କ ମନରେ ଗଭୀର ଆତ୍ମଚିନ୍ତନ ଆଣିବ।”

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking