ଭୁବନେଶ୍ୱର: ଦଶହରାରେ ରାଜ୍ୟର ଗରିବଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି । ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀଙ୍କୁ ଆଉ ୩ ମାସ ପାଇଁ ଅତିରିକ୍ତ ମାଗଣା ଚାଉଳ ମିଳିବ । ହିତାଧିକାରୀଙ୍କୁ ଅତିରିକ୍ତ ୫ କେଜି ଲେଖାଏଁ ଚାଉଳ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ହିତାଧିକାରୀଙ୍କ ପାଇଁ ପୂଜା ଭେଟି ସଦୃଶ ହୋଇଛି ।