25.8 C
Bhubaneswar
Saturday, July 27, 2024
Homeଓଡିଶାଆଜି ଦୁଇଟି ଆସନରୁ ଭାଗ୍ୟ ପରୀକ୍ଷା କରୁଛନ୍ତି ନବୀନ

ଆଜି ଦୁଇଟି ଆସନରୁ ଭାଗ୍ୟ ପରୀକ୍ଷା କରୁଛନ୍ତି ନବୀନ

ଭୁବନେଶ୍ବର: ନବୀନଙ୍କ ଷଷ୍ଠ ଇଂନିସ । ଏଥର ଦୁଇଟି ଆସନରୁ ଲଢୁଛନ୍ତି ମୁଖ୍ଯମନ୍ତ୍ରୀ ନବୀନ ପଟ୍ଟନାୟକ । ଆଉ ଆଜି ସେହି ଦୁଇଟି ଆସନରେ ଭୋଟ ହେଉଛି । ଉଭୟ ହିଞ୍ଜିଳି ଓ କଣ୍ଟାବାଞ୍ଜିରେ ଆଜି ହେଉଛି ନିର୍ବାଚନ । ୨୦୦୦ ମସିହାରୁ ହିଞ୍ଜିଳିରୁ ବିଧାୟକ ରହିଆସିଛନ୍ତି ନବୀନ । ୫ ଥର ହିଞ୍ଜିଳିରୁ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିବାବେଳେ ଏଥର ଷଷ୍ଠଥର ନିର୍ବାଚନ ଲଢୁଛନ୍ତି । ବିଜୁଙ୍କ ଅବର୍ତ୍ତମାନରେ ସମୟ ଚକ୍ରରେ ଓଡ଼ିଶାବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ନବୀନ ୫୦ ବର୍ଷ ବୟସରେ ରାଜନୀତିରେ ପାଦ ଥାପିଲେ । ଆଉ ବନିଗଲେ ଅପରାଜେୟ, ଅପ୍ରତିଦ୍ବନ୍ଦୀ ଆଉ ଓଡ଼ିଶାବାସୀଙ୍କ ଅତିଆପଣାର । ୧୯୯୭ ଆସିକା ଉପନିର୍ବାଚନରୁ ଏଯାଏ ନବୀନ ରହିଛନ୍ତି ଅନବିଟେବୁଲ ।

୧୯୯୮ ଓ ୧୯୯୯ରେ ବିଜେଡିରୁ ଦୁଇ ଦୁଇ ଥର ଲୋକସଭା ନିର୍ବାଚନ ଜିତି କେନ୍ଦ୍ରରେ ମନ୍ତ୍ରୀ ହୋଇଥିଲେ ନବୀନ । ପରେ ୨୦୦୦ ମସିହାରୁ ଲଗାତାର ହିଞ୍ଜିଳି ଆସନରୁ ବିଜୟୀ ହୋଇ ଓଡିଶା ରାଜନୀତିରେ ଅପ୍ରତିଦ୍ବନ୍ଦ୍ବୀ ହୋଇ ରହିଛନ୍ତି । ଗତ ୩ଟି ସାଧାରଣ ନିର୍ବାଚନକୁ ଦେଖିଲେ ୨୦୦୯ରେ ନବୀନ ୬୧ ହଜାର ୨୭୩ ଖଣ୍ଡ ଭୋଟରେ ବିଜୟ ଲାଭ କରିଥିଲେ । ଭୋଟ ପ୍ରତିଶତ ଥିଲା ୬୩ ଦଶମିକ ୮୮ । ୨୦୧୪ରେ କଂଗ୍ରେସ ପ୍ରାର୍ଥୀଙ୍କୁ ୭୬ ହଜାର ୫୮୬ ଭୋଟରେ ପରାଜିତ କରି ଚତୁର୍ଥ ଥର ବିଧାୟକ ହୋଇଥିଲେ ନବୀନ।୨୦୧୯ରେ ବିଜେପି ପ୍ରାର୍ଥୀଙ୍କୁ ୬୦ ହଜାର ୧୬୦ ଭୋଟରେ ହରାଇ ବିଜୟ ଲାଭ କରିଥିଲେ । ଏଥର ନବୀନ ଷଷ୍ଠଥର ପ୍ରାର୍ଥୀ ହୋଇଥିବାବେଳେ ତାଙ୍କ ବିପକ୍ଷରେ ବିଜେପିର ଶିଶିର ମିଶ୍ର ଓ କଂଗ୍ରେସର ରଞ୍ଜିକାନ୍ତ ପାଢ଼ୀ ପ୍ରାର୍ଥୀ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking