ଭୁବନେଶ୍ୱର: ସୀମା ପୁନଃ ନିର୍ଦ୍ଧାରଣ ପ୍ରସଙ୍ଗରେ ନବୀନଙ୍କୁ ଟାର୍ଗେଟ କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହାକୁ ନେଇ ଦ୍ୱନ୍ଦ୍ୱ ତିଆରି ନବୀନଙ୍କ ଭଳି ବରିଷ୍ଠ ନେତାଙ୍କୁ ଶୋଭା ଦେଉନି । ପରୋକ୍ଷ ଭାବେ ବିରୋଧ କରିବା, ଅଟକାଇବା ମାନସିକତା ନବୀନ ଛାଡନ୍ତୁ । ଏତିକି ବଢିବ ସେତିକି ବଢିବ କହି ଦ୍ୱନ୍ଦ୍ୱ କରିବା ଠିକ ନୁହେଁ । ତାକୁ ବିରୋଧ କରି ସ୍ୱତନ୍ତ୍ର ଅଧିବେଶନ ଜିଦ କରିବା ପରୋକ୍ଷ ଭାବେ ମହିଳା ସଂରକ୍ଷଣକୁ ବିରୋଧ କରିବା ବିଜେଡିର ନୂଆ ଯୋଜନା। ସେହି ଦୃଷ୍ଟିରୁ ଏଭଳି ବିବାଦରୁ ଦୁରେଇ ରୁହନ୍ତୁ ନବୀନ ଏହା ହିଁ ମୋର ପରାମର୍ଶ ବୋଲି ସେ କହିଛନ୍ତି। ସେ ଆହୁରି କହିଛନ୍ତି- ଯଦି ନିର୍ବାଚନ ମଣ୍ଡଳୀ ସାଇଜ ଯଦି ୟୁନିଫର୍ମ ରହିଲା, ଅପେକ୍ଷାକୃତ ବଡ଼ ନ ରହିଲା ତାହେଲେ ଜନପ୍ରତିନିଧିମାନଙ୍କୁ ସୁବିଧା ହୁଏ। ବିଜେଡିର ନେତା ବୋଧେ ଏକଥା ବୁଝନ୍ତି ନାହିଁ ସେ କହିଛନ୍ତି।










