25.1 C
Bhubaneswar
Monday, March 23, 2026
Homeଓଡିଶାପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ନବୀନ ପଟନାୟକଙ୍କ ଶୋକ

ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ନବୀନ ପଟନାୟକଙ୍କ ଶୋକ

ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ଅନନ୍ତ ଦାସଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସ୍ବର୍ଗତ ଦାସଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇ ଶ୍ରୀ ପଟନାୟକ କହିଛନ୍ତି ଯେ ସ୍ବର୍ଗତ ଦାସ ଜଣେ ଦକ୍ଷ ସଂଗଠକ ଅଭିଜ୍ଞ ପ୍ରଶାସକ ଥିଲେ ଓ ଲୋକପ୍ରିୟ ରାଜନେତା ଥିଲେ। ଓଡିଶା ସରକାରର ମନ୍ତ୍ରୀ ଭାବରେ ସେ ଶିଳ୍ପ,ଉଚ୍ଚଶିକ୍ଷା ପରି ଗୁରୁତ୍ୱ ପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟକରି ରାଜ୍ୟର ବିକାଶରେ ଉଲ୍ଲେଖନୀୟ ଯୋଗଦାନ ରଖି ଯାଇଛନ୍ତି। ବିଜୁ ଜନତା ଦଳ ବାଲେଶ୍ୱର ଜିଲ୍ଲା ସଭାପତି ଭାବରେ ମଧ୍ୟ ସେ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ ରାଜ୍ୟ ଜଣେ ଅଭିଜ୍ଞ ରାଜନେତାଙ୍କୁ ହରାଇଲା ଏବଂ ବିଜୁ ଜନତା ଦଳ ଜଣେ ନିଷ୍ଠାପର ସଂଗଠକକୁ ହରାଇଲା ବୋଲି ଶ୍ରୀ ପଟନାୟକ କହିଛନ୍ତି। ପରଲୋକ ଗତ ଆତ୍ମାର ସଦଗତି କାମନା କରିବା ସହିତ ଶ୍ରୀ ପଟନାୟକ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking